Masthead

ପ୍ରବଳ କୁହୁଡି ପାଇଁ ସତର୍କ ସୂଚନା ଜାରି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରୁ ଗାଏବ ହୋଇଛି ଶୀତ । ଅଧିକାଂଶ ସ୍ଥାନରେ ରାତି ତାପମାତ୍ରା ୧୫ ଡିଗ୍ରୀ ସେଲସିୟସ୍‌ ଉପରେ ରହିଛି । ଏଥିପାଇଁ ଆଉ ଶୀତ ଅନୁଭୂତ ହେଉନି । ପାରାଦୀପରେ ରାତି ତାପମାତ୍ରା ୧୮.୫ ଡିଗ୍ରୀ ରହିଥିଲା । ପୁରୀରେ ୧୮.୨, ଗୋପାଳପୁରରେ ୧୮.୧ ଓ ଭୁବନେଶ୍ୱରରେ ୧୭.୫, ଛତ୍ରପୁରରେ ୧୭.୪ ଡିଗ୍ରୀ ରହିଥିଲା । ଆହୁରି ୪ ଦିନ ଏଭଳି ସ୍ଥିତି ରହିବ । ରବିବାର ଯାଏ ବିଶେଷ ଶୀତ ଅନୁଭୂତ ହେବନି । କାଁ ଭାଁ କିଛି ସ୍ଥାନରେ ଶୀତ ଅନୁଭୂତ ହେବ ।

ସୋମବାରଠାରୁ ରାତି ତାପମାତ୍ରା ୨ରୁ ୩ ଡିଗ୍ରୀ କମିବ । ଫଳରେ ଶୀତ ସାମାନ୍ୟ ବଢ଼ିପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ସେପଟେ ସକାଳୁ ସକାଳୁ ପ୍ରବଳ କୁହୁଡ଼ି । ରାଜ୍ୟର ବିଭିନ୍ନ ସ୍ଥାନରେ କୁହୁଡି ପାଇଁ ଯାତାୟାତରେ ସମସ୍ୟା ଦେଖିବାକୁ ମିଳିଛି । ପ୍ରବଳ କୁହୁଡି ପାଇଁ ସତର୍କ ସୂଚନା ଜାରି କରିଥିଲା ପାଣିପାଗ ବିଭାଗ । କଳାହାଣ୍ଡି, କନ୍ଧମାଳ, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, ନୟାଗଡ଼ ଓ ଖୋର୍ଦ୍ଧା ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସକାଳ ସାଢେ ୮ଟା ସୁଦ୍ଧା ଘନ କୁହୁଡି ପାଇଁ ୫୦ ମିଟର ପର୍ଯ୍ୟନ୍ତ ରାସ୍ତା ଦୃଶ୍ୟମାନ ହୋଇପାରିବ ନାହିଁ ବୋଲି ସତର୍କ କରାଇଥିଲା ପାଣିପାଗ ବିଭାଗ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ