Masthead

ନୂତନ କୃଷି ଆଇନକୁ ମା’ ଅନ୍ଧାରୀ କୄଷକ ସଙ୍ଗଠନର ବିରୋଧ

ଲଇକେରା, (ବଡ଼ ଖବର ବ୍ୟୁରୋ): କେନ୍ଦ୍ର ସରକାରଙ୍କ ନୂତନ କୃଷି ଆଇନକୁ ବିରୋଧ କରି ରାଜରାସ୍ତାକୁ ଓହ୍ଲାଇଛି କୃଷକ ସଂଘ। ଲଇକେରାଠାରେ ମୁଖ୍ୟ ରାସ୍ତା ଅବରୋଧ କରିଛନ୍ତି ଚାଷୀ। ମା’ ଅନ୍ଧାରୀ କୄଷକ ସଂଗଠନ ପକ୍ଷରୁ ଲଇକେରା-ବାମରା ଏବଂ ଲଇକେରା-ବାଗଡିହି ରାସ୍ତାକୁ ଅବରୋଧ କରାଯାଇଛି। କେନ୍ଦ୍ର ସରକାରଙ୍କ ଦ୍ଵାରା ଲାଗୁ କରାଯାଇଥିବା କୃଷି ଆଇନରେ ଥିବା ଠିକାଚାଷ ବ୍ୟଵସ୍ଥା, ଅତ୍ୟାବଶ୍ୟକ ସାମଗ୍ରୀ ଆଇନରେ ପରିବର୍ତ୍ତନ ଓ ଘରୋଇ ମଣ୍ଡି ବ୍ୟବସ୍ଥାକୁ ଚାଷୀ ବିରୋଧ କରିଛନ୍ତି। ସଂଶୋଧିତ ଆଇନ ଉଭୟ କୃଷକ ଓ ଖାଉଟି ବିରୋଧୀ ବୋଲି ଚାଷୀମାନେ କହିଛନ୍ତି। ଜମି ମାଲିକାନାକୁ ଅକ୍ଷୁର୍ଣ୍ଣ ରଖି ଭାଗଚାଷୀଙ୍କୁ ଆଇନଗତ ମାନ୍ୟତା, ସରକାରୀ ମଣ୍ଡି ବ୍ୟବସ୍ଥାକୁ ମଜବୁତ ଓ ସଂଖ୍ୟା ବୃଦ୍ଧି ଆଦି ଦାବି ରଖିଛି ଚାଷୀ ସଙ୍ଗଠନ।

ପ୍ରତିବାଦରେ ମା’ ଅନ୍ଧାରୀ କୄଷକ ସଙ୍ଗଠନ ପକ୍ଷରୁ ଗୁରୁବାର ପୂର୍ବାହ୍ନ ୧୧ଟାରୁ ମଧ୍ୟାହ୍ନ ୧୨ଟା ପର୍ୟ୍ୟନ୍ତ ରାସ୍ତା ଅବରୋଧ କରାଯାଇଥିଲା। ସଂଗଠନ ସଭାପତି ହେମନ୍ତ ସାଗର କୁମୁରାଙ୍କ ନେତୃତ୍ୱରେ ବ୍ଲକର ଶତାଧିକ ଚାଷୀ ଆନ୍ଦୋଳନରେ ସାମିଲ ହୋଇଥିଲେ। ଦାବି ପୂରଣ ନ ହେଲେ ଆଗାମୀ ଦିନରେ ଆନ୍ଦୋଳନ ତୀବ୍ର ହେବ ବୋଲି ସଙ୍ଗଠନ ପକ୍ଷରୁ ଚେତାବନୀ ଦିଆଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ