Masthead

ହଠାତ୍ ଗାୟବ ଶୀତ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ହଠାତ୍ ଗାୟବ ଶୀତ । ରାତିରେ କୁହୁଡ଼ି ଓ ଦିନରେ ଡରାଉଛି ଖରା । ଜାନୁଆରୀ ନ ସରୁଣୁ ପାରଦ ଉପରମୁହାଁ ହୋଇଛି। ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାରେ ଦୃଷ୍ଟାନ୍ତମୂଳକ ଭାବେ ରାତି ତାପମାତ୍ରା ବୃଦ୍ଧି ପାଇଥିବାବେଳେ ଆଭ୍ୟନ୍ତରୀଣ ଓଡ଼ିଶାରେ ସ୍ବାଭାବିକ ରହିଛି। ଗୋଟିଏ ଦୁଇଟି ଜିଲାରେ ତାପମାତ୍ରା ସ୍ବାଭାବିକଠାରୁ କମ୍‌ ଓ ଆଉକିଛି ଜିଲାରେ ତାପମାତ୍ରା ସ୍ବାଭାବିକଠାରୁ ଅଧିକ ରହୁଛି। ବୁଧବାର ସର୍ବାଧିକ ତାପମାତ୍ରା ପାରଳାଖେମୁଣ୍ଡିରେ ୩୩. ୪ ଡିଗ୍ରୀ ସେଲସିୟସ୍‌ ରହିଥିଲା।

ସେହିଭଳି ଫୁଲବାଣୀରେ ସର୍ବନିମ୍ନ ତାପମାତ୍ରା ୯.୦ ଡିଗ୍ରୀ ରେକର୍ଡ କରାଯାଇଥିଲା। ଆସନ୍ତା ୩ଦିନରେ କେତେକ ସ୍ଥାନରେ ତାପମାତ୍ରା ଆହୁରି ୨ରୁ ୪ ଡିଗ୍ରୀ ବୃଦ୍ଧି ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଅନ୍ୟପକ୍ଷରେ ବୁଧବାର ଭଦ୍ରକ ଜିଲାର କିଛି ସ୍ଥାନରେ ଘନକୁହୁଡ଼ିର ଆସ୍ତରଣ ଦେଖିବାକୁ ମିଳିଥିଲା। ଜଗତ୍‌ସିଂହପୁର ଓ ଝାରସୁଗୁଡ଼ାର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ପ୍ରଭାବ ରହିଥିଲା। ୨୪ ତାରିଖ ପର୍ୟ୍ୟନ୍ତ କୁହୁଡ଼ି ନେଇ ବିଭିନ୍ନ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରିଛି ପାଣିପାଗ କେନ୍ଦ୍ର।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ