ହଠାତ୍ ଗାୟବ ଶୀତ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ହଠାତ୍ ଗାୟବ ଶୀତ । ରାତିରେ କୁହୁଡ଼ି ଓ ଦିନରେ ଡରାଉଛି ଖରା । ଜାନୁଆରୀ ନ ସରୁଣୁ ପାରଦ ଉପରମୁହାଁ ହୋଇଛି। ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାରେ ଦୃଷ୍ଟାନ୍ତମୂଳକ ଭାବେ ରାତି ତାପମାତ୍ରା ବୃଦ୍ଧି ପାଇଥିବାବେଳେ ଆଭ୍ୟନ୍ତରୀଣ ଓଡ଼ିଶାରେ ସ୍ବାଭାବିକ ରହିଛି। ଗୋଟିଏ ଦୁଇଟି ଜିଲାରେ ତାପମାତ୍ରା ସ୍ବାଭାବିକଠାରୁ କମ୍‌ ଓ ଆଉକିଛି ଜିଲାରେ ତାପମାତ୍ରା ସ୍ବାଭାବିକଠାରୁ ଅଧିକ ରହୁଛି। ବୁଧବାର ସର୍ବାଧିକ ତାପମାତ୍ରା ପାରଳାଖେମୁଣ୍ଡିରେ ୩୩. ୪ ଡିଗ୍ରୀ ସେଲସିୟସ୍‌ ରହିଥିଲା।

ସେହିଭଳି ଫୁଲବାଣୀରେ ସର୍ବନିମ୍ନ ତାପମାତ୍ରା ୯.୦ ଡିଗ୍ରୀ ରେକର୍ଡ କରାଯାଇଥିଲା। ଆସନ୍ତା ୩ଦିନରେ କେତେକ ସ୍ଥାନରେ ତାପମାତ୍ରା ଆହୁରି ୨ରୁ ୪ ଡିଗ୍ରୀ ବୃଦ୍ଧି ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଅନ୍ୟପକ୍ଷରେ ବୁଧବାର ଭଦ୍ରକ ଜିଲାର କିଛି ସ୍ଥାନରେ ଘନକୁହୁଡ଼ିର ଆସ୍ତରଣ ଦେଖିବାକୁ ମିଳିଥିଲା। ଜଗତ୍‌ସିଂହପୁର ଓ ଝାରସୁଗୁଡ଼ାର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ପ୍ରଭାବ ରହିଥିଲା। ୨୪ ତାରିଖ ପର୍ୟ୍ୟନ୍ତ କୁହୁଡ଼ି ନେଇ ବିଭିନ୍ନ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରିଛି ପାଣିପାଗ କେନ୍ଦ୍ର।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’