Masthead

ମହାକୁମ୍ଭରେ ବଡ଼ ଅଘଟଣ

ଉତ୍ତରପ୍ରଦେଶ (ବଡ଼ ଖବର ବ୍ୟୁରୋ): ପ୍ରୟାଗରାଜ ମହାକୁମ୍ଭରେ ବଡ଼ ଅଘଟଣ । ତ୍ରିବେଣୀ ସଙ୍ଗମରେ ବୁଡ ପକାଇବା ବେଳେ ଦଳାଚକଟା । ଦଳାଚକଟାରେ ୫୦ ଜଣ ଆହତ ହୋଇଥିବାବେଳେ ୧୦ ଜଣଙ୍କ ମୃତ୍ୟୁ ହୋଇଥିବା ଆଶଙ୍କା ହେଉଛି । ବିଳମ୍ବିତ ରାତି ପ୍ରାୟ ୧ଟା ବେଳେ ଦଳାଚକଟା ହୋଇଥିଲା । ମୌନୀ ଅମାବାସ୍ୟା ପାଇଁ ଜମିଥିଲା ଶ୍ରଦ୍ଧାଳୁଙ୍କ ଭିଡ଼ । ଘଟଣାକୁ ନେଇ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଦୁଃଖ ପ୍ରକାଶ କରିଛନ୍ତି । ସ୍ଥିତି ସମ୍ପର୍କରେ ପ୍ରଧାନମନ୍ତ୍ରୀଙ୍କ ସହ ଆଲୋଚନା କରିଛନ୍ତି ।

ଅବଶ୍ୟକୀୟ ସହାୟତା ଯୋଗାଇ ଦେବାକୁ ପ୍ରତିଶ୍ରୁତି ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ପବିତ୍ର ମୌନୀ ଅମାବାସ୍ୟା ପାଇଁ ତୀର୍ଥରାଜ ପ୍ରୟାଗରାଜ ମହାକୁମ୍ଭରେ ୨ୟ ଅମୃତ ସ୍ନାନ ହେବାର ଥିଲା । ଏହି ଅବସରରେ ସଙ୍ଗମ ଘାଟରେ ଅମୃତ ସ୍ନାନ କରିବାକୁ କୋଟି କୋଟି ଶ୍ରଦ୍ଧାଳୁଙ୍କର ସମାଗମ ଥିଲା । ପ୍ରାୟ ୧୦ କୋଟି ଶ୍ରଦ୍ଧାଳୁଙ୍କ ସମାଗମ ହେବା ଆକଳନ କରାଯାଉଥିଲା । ଅମୃତ ସ୍ନାନ ପାଇଁ ଜମିଥିବା ପ୍ରବଳ ଭିଡ ଯୋଗୁଁ ବଡ ଅଘଟଣ ଘଟିଛି । ଦଳାଚକଟାରେ ୧୫ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୫୦ରୁ ଅଧିକ ଆହତ ହୋଇଛନ୍ତି ।

ସମସ୍ତ ଆହତଙ୍କୁ ମେଳା ପରିସରରେ ଥିବ ସେକ୍ଟର ୨ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଏହାକୁ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଦୁଃଖ ପ୍ରକାଶ କରିଛନ୍ତି । ସ୍ଥିତିକୁ ନେଇ ପ୍ରଧାନମନ୍ତ୍ରୀଙ୍କ ସହ କଥା ହୋଇଛନ୍ତି । ଘଟଣାକୁ ନେଇ ଦୁଃଖ ପ୍ରକାଶ କରିବା ସହ ଆବଶ୍ୟକୀୟ ସହାୟତା ଯୋଗାଇ ଦେବାକୁ ପ୍ରତିଶ୍ରୁତି ଦେଇଛନ୍ତି ପ୍ରଧାନମନ୍ତ୍ରୀ । ଘଣ୍ଟାଏ ମଧ୍ୟରେ ଯୋଗୀ ଆଦିତ୍ୟନାଥଙ୍କ ସହିତ ୨ ଥର କଥା ହୋଇଛନ୍ତି । ମନିଟରିଂ କରିବା ସହ ସ୍ଥିତିକୁ ସମ୍ପର୍କରେ ପଚାରି ବୁଝୁଛନ୍ତି ପ୍ରଧାନମନ୍ତ୍ରୀ । କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍ ଶାହ ମଧ୍ୟ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସହ ସ୍ଥିତି ସମ୍ପର୍କରେ କଥା ହୋଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ