Masthead

ସୀମା ଡେଇଁ ଆତଙ୍କୀଙ୍କ ଅନୁପ୍ରବେଶ ଉଦ୍ୟମ ପଣ୍ଡ; ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୨ ଆତଙ୍କବାଦୀ

ଜମ୍ମୁ-କାଶ୍ମୀର (ବଡ଼ ଖବର ବ୍ୟୁରୋ): ଜମ୍ମୁ ପୁଞ୍ଚ ଅଞ୍ଚଳରେ ସୀମା ଡେଇଁ ଆତଙ୍କୀଙ୍କ ଅନୁପ୍ରବେଶ ଉଦ୍ୟମ ପଣ୍ଡ । ପାକିସ୍ତାନ ପଟୁ ଭାରତକୁ ବିଭିନ୍ନ ସମୟରେ ଆତଙ୍କୀମାନେ ଅନୁପ୍ରବେଶ ଉଦ୍ୟମ କରୁଥିବା ବେଳେ ଏହାର କଡ଼ା ଜବାବ ଦେଇଛନ୍ତି ଭାରତୀୟ ସୁରକ୍ଷା ବାହିନୀର ଯବାନମାନେ । ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୨ ଆତଙ୍କବାଦୀ। ସମଗ୍ର ଅଞ୍ଚଳକୁ ଘେରାବନ୍ଦୀ କରି ଜୋରଦାର ଚାଲିଛି ସର୍ଚ୍ଚ ଅପରେସନ । ଗତକାଲି ସନ୍ଧ୍ୟା ସମୟରୁ ପୁଞ୍ଚ ସ୍ଥିତ ଏଲଓସି ନିକଟରେ ଉତ୍ତେଜନା ଦେଖିବାକୁ ମିଳିଥିଲା। କିଛି ଆତଙ୍କୀ ସୀମାଡେଇଁ ଭାରତକୁ ଅନୁପ୍ରବେଶ ପାଇଁ ଉଦ୍ୟମ କରୁଥିବା ବେଳେ ଏହା ସୁରକ୍ଷାକର୍ମୀଙ୍କ ଦୃ‌ଷ୍ଟିରେ ପଡ଼ଥିଲା । ଆତଙ୍କୀମାନେ ସୁରକ୍ଷାକର୍ମୀଙ୍କ ଉପରେ ପ୍ରଥମେ ଗୁଳି ଚାଳନା କରିଥିବା ବେଳେ ଯବାନଙ୍କ ପାଲଟା ଗୁଳିରେ ଦୁଇ ଜଣ ଆତଙ୍କୀ ମୃତ୍ୟୁ ହୋଇଛି । ଆଉ କିଛି ଆତଙ୍କବାଦୀ ସୀମାବର୍ତ୍ତୀ ଅଞ୍ଚଳରେ ଲୁଚିଥିବା ଆଶଙ୍କା କରାଯାଉଛି । ସମଗ୍ର ଅଞ୍ଚଳକୁ ସୁରକ୍ଷାକର୍ମୀମାନେ ଘେରାଉ କରିବା ସହ ରାତି ତମାମ ସର୍ଚ୍ଚ ଅପରେସନ ଜାରି ରଖିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩ ଦିନ କାଁ ଭାଁ ଘଡ଼ଘଡ଼ି ସହ ବର୍ଷା 🔴 ସୁସ୍ଥ ଜୀବନ ପାଇଁ ଦରକାର ଯୋଗ 🔴 ବିକଶିତ ଓଡ଼ିଶାର ମୁଖ୍ୟ ଶକ୍ତି : ଲକ୍ଷପତି ଦିଦି 🔴 ବଟି ମାଗି ବିଜେଡି ନେତା ଗିରଫ 🔴 ଟ୍ରାଫିକ ଜାମରେ ଫସିଲା ଆମ୍ବୁଲାନ୍ସ, ରୋଗୀ ଛଟପଟ 🔴 ରାଜ୍ୟରେ ଆଜିଠୁ ଖୋଲିବ ସ୍କୁଲ 🔴 ପୁଣି ଆସୁଛି ଆଉ ଏକ ଲଘୁଚାପ 🔴 ଆଜି ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି 🔴 ୯ଟି ଜିଲ୍ଲାରେ ପ୍ରବଳ ବର୍ଷା 🔴 ନବ ଦାସଙ୍କ ଘରେ ଆଇଟି ରେଡ୍ 🔴 ୩ ଦିନ କାଁ ଭାଁ ଘଡ଼ଘଡ଼ି ସହ ବର୍ଷା 🔴 ସୁସ୍ଥ ଜୀବନ ପାଇଁ ଦରକାର ଯୋଗ 🔴 ବିକଶିତ ଓଡ଼ିଶାର ମୁଖ୍ୟ ଶକ୍ତି : ଲକ୍ଷପତି ଦିଦି 🔴 ବଟି ମାଗି ବିଜେଡି ନେତା ଗିରଫ 🔴 ଟ୍ରାଫିକ ଜାମରେ ଫସିଲା ଆମ୍ବୁଲାନ୍ସ, ରୋଗୀ ଛଟପଟ 🔴 ରାଜ୍ୟରେ ଆଜିଠୁ ଖୋଲିବ ସ୍କୁଲ 🔴 ପୁଣି ଆସୁଛି ଆଉ ଏକ ଲଘୁଚାପ 🔴 ଆଜି ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି 🔴 ୯ଟି ଜିଲ୍ଲାରେ ପ୍ରବଳ ବର୍ଷା 🔴 ନବ ଦାସଙ୍କ ଘରେ ଆଇଟି ରେଡ୍