Masthead

ଲାଞ୍ଚ ନେଇ ଗିରଫ ହେଲେ ଏଏସଆଇ

ଧର୍ମଶାଳା (ବଡ଼ ଖବର ବ୍ୟୁରୋ): ଲାଞ୍ଚ ନେଇ ଗିରଫ ହେଲେ ସୁକିନ୍ଦା ଥାନା ଏଏସଆଇ । ଚାରି ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିବା ପରେ ଗିରଫ ହେଲେ ସୁକିନ୍ଦା ଥାନା ଏଏସଆଇ। ଯାଜପୁର ଜିଲ୍ଲା ସୁକିନ୍ଦା ଥାନା ଏଏସଆଇ ଅଭୟ କୁମାର ନାଏକ ଚାରି ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ମାଡି ବସିଥିଲା କଟକ ଭିଜିଲାନ୍ସ ଟିମ । ଏକ ପାରିବାରିକ ମାମଲାର ରଫାଦଫା କରିବା ପାଇଁ କଳିଙ୍ଗନଗର ନୀଳାଞ୍ଚଳ ପ୍ଲାଣ୍ଟ ସାମ୍ନାରେ ଚାରି ହଜାର ଟଙ୍କା ଲାଞ୍ଚ ନେଉଥିବା ଅବସ୍ଥାରେ ପୂର୍ବରୁ ପ୍ରସ୍ତୁତ ହୋଇ ରହିଥିବା ଭିଜିଲାନ୍ସ ବିଭାଗ ଦ୍ୱାରା ଧରା ପଡ଼ିଥିଲେ।

ଏଏସଆଇ ଅଭୟ କୁମାର ନାଏକଙ୍କୁ ଗିରଫ କରାଯାଇ କଟକ ଭିଜିଲାନ୍ସ ଅଫିସକୁ ନିଆ ଯାଇଥିବା ବେଳେ ଏକା ସମୟରେ ସୁକିନ୍ଦା ଥାନାରେ ଥିବା ସରକାରୀ କ୍ୱାଟର ସମେତ ଯାଜପୁର ଜିଲ୍ଲାର ବିଂଝାରପୁର, କେନ୍ଦ୍ରାପଡା ଜିଲ୍ଲାର ହାଟ ପଡା କରିଲୋ ପାଟଣା ଗାଁରେ ଥିବା ନିଜ ଘରେ ମଧ୍ୟ ଚଢ଼ାଉ କରାଯାଇଥିବା ସୂଚନା ମିଳୁଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ