Masthead

ନାହିଁ ନାହିଁରେ ଚାଲିଛି ଅଙ୍ଗନୱାଡି କେନ୍ଦ୍ର

ନର୍ଲା (ବଡ଼ ଖବର ବ୍ୟୁରୋ): ନାହିଁ ନାହିଁରେ ଚାଲିଛି ଅଙ୍ଗନୱାଡି କେନ୍ଦ୍ର । ଏଭଳି ଅଭିଯୋଗ ଆସିଛି କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ଼ ବ୍ଲକ୍ ଭୂର୍ଟିଗଡ ପଞ୍ଚାୟତର ମେର୍ଡି କୁପା ଗାଁରୁ। ରାଜ୍ୟରେ ଅପପୃଷ୍ଟି ରୋକିବା ପାଇଁ ରାଜ୍ୟ ସରକାର ପରିବାର୍ ଓ ଶିଶୁ କଲ୍ୟାଣ ବିଭାଗ ଦ୍ଵାରା ପରିଚାଳିତ ଅଙ୍ଗନୱାଡି କେନ୍ଦ୍ର ଗୁଡିକରେ ପ୍ରସୂତି ଓ ଗର୍ଭବତୀ ମହିଳା ଏବଂ କୁନି କୁନି ପିଲାଙ୍କ ପାଇଁ ପୃଷ୍ଟିକର ଖାଦ୍ୟ ଯୋଗାଇ ଦେଇଥାନ୍ତି ।

ତାସହିତ ପ୍ରତିଦିନ ଅଙ୍ଗନୱାଡି ଦିଦି କୁନି କୁନି ପିଲାମାନଙ୍କ ଅନ୍ତର୍ନିହିତ ବିକାଶ ପାଇଁ ପ୍ରଶିକ୍ଷଣ ଦେବା ସରକାରୀ ନିୟମ ଥିବା ବେଳେ ଅଧିକାଂଶ ସମୟ ଅଙ୍ଗନୱାଡି ଦିଦି ଅନୁପସ୍ଥିତ ରହୁ ଥିବାରୁ କୁନି କୁନି ପିଲା ପ୍ରଶିକ୍ଷଣରୁ ବଞ୍ଚିତ ହୋଇ କେବଳ ଭୋଜନ କରି ଘରକୁ ଫେରୁ ଥିବା ପ୍ରକାଶ କରିଛନ୍ତି। ଅଙ୍ଗନୱାଡି କେନ୍ଦ୍ର ମଧ୍ୟ ଜରାଜୀର୍ଣ୍ଣ ଅବସ୍ଥା ରେ ପଡିଛି । ସେଥି ପାଇଁ ସ୍କୁଲ୍ ଘରେ ଚାଲିଛି ଅଙ୍ଗନୱାଡି କେନ୍ଦ୍ର । ନୂତନ ଘର ନିର୍ମାଣ ଆରମ୍ଭ ହୋଇଛି କିନ୍ତୁ ଆଜି ଯାଏଁ ସମ୍ପୂର୍ଣ୍ଣ ହୋଇ ନାହିଁ । ବ୍ଲକ୍ ପ୍ରଶାସନ ଏଥି ପ୍ରତି ଦୃଷ୍ଟି ଦେଇ ଏହି ଅଙ୍ଗନୱାଡି କେନ୍ଦ୍ରର ସମସ୍ୟାର ତୁରନ୍ତ ସମାଧାନ ପାଇଁ ଗ୍ରାମବାସୀ ଦାବି କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ