ପ୍ରକଳ୍ପର ନିର୍ଦ୍ଦେଶକଙ୍କ ଘରେ ଭିଜିଲାନ୍ସ ରେଡ

ମାଲକାନଗିରି (ବଡ଼ଖବର ବ୍ୟୁରୋ): ଭିଜିଲାନ୍ସ ଜାଲରେ ମାଲକାନଗିରି ପ୍ରକଳ୍ପ ନିର୍ଦ୍ଦେଶକ । ବାବୁଙ୍କ ଘରୁ କୋଟି କୋଟି ଟଙ୍କା ଜବତ କରିଛି ଭିଜିଲାନ୍ସ । ମାଲକାନଗିରି ଜିଲ୍ଲା ଜଳ ସମ୍ପଦ ବିଭାଗର ପ୍ରକଳ୍ପ ନିର୍ଦେଶକ ଶାନ୍ତନୁ ମହାପାତ୍ରଙ୍କ ଘରେ ଭିଜିଲାନ୍ସ ରେଡବେଳେ ପୁଳା ପୁଳା ଟଙ୍କା ଜବତ ହୋଇଛି । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ମାମଲାରେ ଚଢାଉ ଶାନ୍ତନୁଙ୍କ ବିଭିନ୍ନ ଠିକଣାରେ ଚଢ଼ାଉ ଜାରି । ଜୟପୁର ପାଓ୍ବାର ହାଉସ ଘର ସମେତ ଅନ୍ୟ ସ୍ଥାନରେ ବି ଚାଲିଛି ରେଡ୍‌। ତେବେ ବାବୁଙ୍କ ଜୟପୁର ସ୍ଥିତ ଘରୁ କୋଟିଏରୁ ଅଧିକ ନଗଦ ଟଙ୍କା ଠାବ ହୋଇଛି । ଶାନ୍ତନୁ ମହାପାତ୍ରଙ୍କ ଏକାକାଳୀନ ୭ଟି ସ୍ଥାନରେ ଚାଲିଛି ଚଢାଉ । ଜୟପୁର ଘରର ଆସବାବପତ୍ର ଦେଖି ଭିଜିଲାନ୍ସ ଅଧିକାରୀ ତାଜୁବ । ବାବୁଙ୍କ ମାଲକାନଗିରି, ଭୁବନେଶ୍ୱର, କଟକ ସ୍ଥିତ ଠିକଣାରେ ବି ଚାଲିଛି ରେଡ୍ । ମାଲକାନଗିରିର ୪ଟି ସ୍ଥାନ ରେଡ କରୁଛି ଭିଜିଲାନ୍ସ ଟିମ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’