Masthead

ଆହୁରି ୩ ଦିନ ଘନ କୁହୁଡି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଲଗାତର ୧୬ ଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ଘନ କୁହୁଡି ଅନୁଭୂତ ହେଉଥିବାବେଳେ ଆହୁରି ୩ ଦିନ ବିଭିନ୍ନ ଜିଲାରେ ଏଭଳି ସ୍ଥିତି ଲାଗି ରହିବ। ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନକେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯିବା ସହ ସତର୍କ ସୂଚନା ଜାରି କରାଯାଇଛି। ଗୁରୁବାର ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, ଖୋର୍ଦ୍ଧା, କଟକ, ଢେଙ୍କାନାଳ, ଯାଜପୁର, ଗଞ୍ଜାମ, କେନ୍ଦୁଝରଗଡ଼, ନୟାଗଡ଼ ଓ ଅନୁଗୋଳ ଆଦି ଜିଲାରେ ଘନ କୁହୁଡ଼ି ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ମୟୂରଭଞ୍ଜ, ସମ୍ବଲପୁର, ସୁନ୍ଦରଗଡ଼, କଳାହାଣ୍ଡି, ନୟାଗଡ଼ ଆଦି ଜିଲାର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମଧରଣର କୁହୁଡ଼ି ପ୍ରଭାବ ରହିବ। ଅନ୍ୟପଟେ ଦିନରେ ଖରା ଓ ଗୁଳୁଗୁଳି ସାଧାରଣ ଜନଜୀବନକୁ ପ୍ରଭାବିତ କରୁଛି। ଗତ କିଛିଦିନ ଧରି ରାଜ୍ୟରେ ସର୍ବୋଚ୍ଚ ତାପମାତ୍ରା ୩୫ ଡିଗ୍ରୀ ସେଲସିୟସ୍‌ ଉପରେ ରହୁଛି। ବୁଧବାର ମାଲକାନଗିରି ଓ ବଲାଙ୍ଗୀରରେ ସର୍ବୋଚ୍ଚ ତାପମାତ୍ରା ୩୬ ଡିଗ୍ରୀ ସେଲସିୟସ୍‌ ରେକର୍ଡ କରାଯାଇଛି।ବୁଧବାର ମାଲକାନଗିରି ଓ ବଲାଙ୍ଗିରରେ ତାତି ସବୁଠୁ ଅଧିକ ୩୬ ଡିଗ୍ରୀ ରେକର୍ଡ ହୋଇଛି ।

ସମ୍ବଲପୁର, ହୀରାକୁଦ ଓ ଝାରସୁଗୁଡ଼ାରେ ୩୫.୯, ଭବାନୀପାଟଣା ଓ ସୁନ୍ଦରଗଡ଼ରେ ୩୫.୫, ସୋନପୁରରେ ୩୫.୨, ଅନୁଗୁଳରେ ୩୫.୧ ଓ ପାରଳାଖେମୁଣ୍ଡିରେ ୩୫ ଡିଗ୍ରୀ ରେକର୍ଡ ହୋଇଛି । ଭୁବନେଶ୍ୱର, ତାଳଚେର ଓ ବୌଦ୍ଧରେ ୩୩.୮, କୋରାପୁଟରେ ୩୩.୨, ଫୁଲବାଣୀରେ ୩୨.୯, ଯାଜପୁରରେ ୩୨.୮, ବାରିପଦାରେ ୩୨.୬, ଛତ୍ରପୁରରେ ୩୨.୭, କେନ୍ଦୁଝରରେ ୩୨.୩, କଟକ ଓ ପୁରୀରେ ୩୧.୮, ଦାରିଙ୍ଗିବାଡ଼ିରେ ୩୧.୫ଡିଗ୍ରୀ ରେକର୍ଡ ହୋଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା