Masthead

ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ଗଜଉଦ୍ଧାରଣ ବେଶ

ପୁରୀ(ବଡ଼ ଖବର ବ୍ୟୁରୋ) ଆଜି ପବିତ୍ର ମାଘ ପୂର୍ଣ୍ଣିମା ଅବସରରେ ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ଗଜୋଦ୍ଧାରଣ ବେଶ ଅନୁଷ୍ଠିତ ହେବ। ମହାପ୍ରଭୁ ଶ୍ରୀଜଗନ୍ନାଥ ଏହି ବେଶରେ ଚତୁର୍ଭୁଜ ହୋଇ ଶଙ୍ଖ, ଚକ୍ର, ଗଦା ଓ ପଦ୍ମ ଧାରଣ କରିବେ । ମହାପ୍ରଭୁ ଗରୁଡ ଉପରେ ବସି ଲକ୍ଷ୍ମୀ ପ୍ରତିମାଙ୍କୁ କୋଳରେ ଧାରଣ କରିବେ। ଏପଟେ ଶ୍ରୀବଳଭଦ୍ର ଚତୁଃହସ୍ତରେ ଶଙ୍ଖ, ଚକ୍ର, ହଳ, ମୂଷଳ ଧାରଣ କରି ବାସୁଦେବଙ୍କ ରୂପରେ ବିରାଜମାନ କରିବେ। ସେହିପରି ଦେବୀ ସୁଭଦ୍ରା ଶ୍ରୀକୃଷ୍ଣଙ୍କ ସଦୃଶ ପାଦ ଛନ୍ଦି ଏକ ପଦ୍ମ କଢ଼ ଧରି ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେବେ। ତେବେ ମଧ୍ୟାହ୍ନ ଧୂପ ପରେ ଶ୍ରୀମନ୍ଦିର ରତ୍ନସିଂହାସନ ଉପରେ ମହାପ୍ରଭୁଙ୍କ ଏହି ବେଶ ଅନୁଷ୍ଠିତ ହେବ।

ସନ୍ଧ୍ୟା ଧୂପରେ ଠାକୁରଙ୍କୁ କ୍ଷୀରି ଓ ଅମାଲୁ ଭୋଗ କରାଯିବ। ପୌରାଣିକ କଥା ବସ୍ତୁ ଅନୁଯାୟୀ ଏକଦା ବରୁଣ ହ୍ରଦରେ ଗଜରାଜ ସ୍ନାନ କରୁଥିବା ବେଳେ କୁମ୍ଭୀର ତାଙ୍କୁ ଆକ୍ରମଣ କରିଥିଲା। ଗଜରାଜ କ୍ଷତବିକ୍ଷତ ଅବସ୍ଥାରେ ବିକଳ ହୋଇ ଉଦ୍ଧାର ପାଇଁ ଭଗବାନଙ୍କୁ ପ୍ରାର୍ଥନା କରିଥିଲେ। ଭକ୍ତର ଡାକ ଶୁଣି ଠାକୁର କୁମ୍ଭୀର କବଳରୁ ଗଜରାଜଙ୍କୁ ଉଦ୍ଧାର କରିଥିଲେ। ସେହି ସ୍ମୃତିରେ ଶହ ଶହ ବର୍ଷ ଧରି ଠାକୁରଙ୍କ ଏହି ଗଜୋଦ୍ଧାରଣ ବେଶ ଶ୍ରୀମନ୍ଦିରରେ ଅନୁଷ୍ଠିତ ହୋଇଆସୁଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ