Masthead

ଆଜି ବିଜେପି କୋର କମିିଟି ବୈଠକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): କିଏ ହେବ ବିଜେପିର ମଙ୍ଗୁଆଳ । ମନମୋହନ ସାମଲ ପୁଣି ସଭାପତି ହେବେ ନା ଆଉ କିଏ ? ତେବେ କିଏ ହେବ ରାଜ୍ୟ ବିଜେପିର ମଙ୍ଗୁଆଳ ଶୁକ୍ରବାର ସ୍ପଷ୍ଟ ହୋଇଯିବ ଚିତ୍ର । ଯାହାକୁ ନେଇ ରାଜ୍ୟ ବିଜେପି କାର୍ଯ୍ୟାଳୟରେ ବସିବ କୋର୍‌ କମିଟି ବୈଠକ । ବିଚାରବିମର୍ଶ ପରେ ନିଆଯାଇପାରେ ନିଷ୍ପିିତ୍ତି । ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂ ତୋମାରଙ୍କ ଅଧ୍ୟକ୍ଷତାରେ ଦଳୀୟ କାର୍ଯ୍ୟାଳୟରେ ପୂର୍ବାହ୍ଣ ୧୧ଟାରୁ ବୈଠକ ଆରମ୍ଭ ହେବ ।

ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା, କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମଙ୍କ ସମେତ କୋର କମିଟିର ଅନ୍ୟ ସମସ୍ତ ସଦସ୍ୟ ଉପସ୍ଥିତ ରହିବେ । ରାଜ୍ୟର ସାଂଗଠନିକ ନିର୍ବାଚନ ଓ ଆଗାମୀ ପଞ୍ଚାୟତ ନିର୍ବାଚନ ପ୍ରସ୍ତୁତିକୁ ବୈଠକରେ ଗୁରୁତ୍ୱ ଦିଆଯିବ । ଆଗକୁ ପଞ୍ଚାୟତ ନିର୍ବାଚନ ଆସୁଛି । ତୃଣମୂଳସ୍ତରରେ ସାଂଗଠନିକ ସ୍ଥିତି ମଜଭୁତ କରିବା ନେଇ ରଣନୀତି ମଧ୍ୟ ପ୍ରସ୍ତୁତ କରାଯିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା