Masthead

ସହଦେବ ନାୟକ ହତ୍ୟାକାଣ୍ଡ ମାମଲା, ମୁଖ୍ୟ ଅଭିଯୁକ୍ତ ରମା ନାଏକ ଗିରଫ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସହଦେବ ନାୟକ ହତ୍ୟାକାଣ୍ଡ ମାମଲା । ୪୦ ଦିନ ପରେ ମୁଖ୍ୟ ଅଭିଯୁକ୍ତ ରମା ନାଏକ ଗିରଫ । ଆତ୍ମସମର୍ପଣ ପରେ ଗିରଫ କଲା ମଞ୍ଚେଶ୍ୱର ଥାନା ପୋଲିସ । ଆଜି ଦିନ ୧୧ ରେ ଥାନାରେ ଆତ୍ମସମର୍ପଣ କରିଛି ରମା । ହତ୍ୟାକାଣ୍ଡ ପରଠାରୁ ଫେରାର ଥିଲା ରମା ନାଏକ । ଜାନୁଆରୀ ୮ରେ ହୋଇଥିଲା ବିଭତ୍ସ ହତ୍ୟା । ରସୁଲବିଚ୍ ରାସ୍ତାରେ ସହଦେବଙ୍କ ମୁଣ୍ଡ କାଟି ହତ୍ୟା କରିଥିଲେ ।

ରସୁଲଗଡ଼ ଓଭରବ୍ରିଜ ଉପରେ ସହଦେବଙ୍କ ମୁଣ୍ଡ ଗଣ୍ଡି ଅଲଗା କରିଦେଇଥିଲେ ଦୁର୍ବୁର୍ତ୍ତ । ପୋଲିସ ଘଟଣାରେ ମୋଟ ୬ ଜଣଙ୍କୁ ଗିରଫ କରିସାରିଛି । ମୁଖ୍ୟ ଅଭିଯୁକ୍ତକୁ ଗିରଫ ଦାବି କରି ଧାରଣାରେ ବସିଥିଲେ ସହଦେବଙ୍କ ପତ୍ନୀ । ମୁଖ୍ୟ ଅଭିଯୁକ୍ତ ଗିରଫ ନହେଲେ ବିଧାନସଭା ଆଗରେ ଧାରଣାରେ ବସିବେ ବୋଲି ଚେତାବନୀ ଦେଇଥିଲେ । ୪୦ ଦିନ ପରେ ଅଭିଯୁକ୍ତ ଆତ୍ମସମର୍ପଣ କରିଛି । ଖୁବଶୀଘ୍ର ଅଭିଯୁକ୍ତ ଜଣଙ୍କୁ କୋର୍ଟଚାଲାଣ କରାଯିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ