Masthead

ଆଜି ଆସିବ ମୋହନ ସରକାରଙ୍କ ପ୍ରଥମ ପୂର୍ଣ୍ଣାଙ୍ଗ ବଜେଟ୍

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଗୋଟିଏ ଦିନ ବିରତି ପରେ ଆଜି ପୁଣି ସରଗରମ ହେବ ବିଧାନସଭା। ଆଜି ଗୃହରେ ୨୦୨୫-୨୬ ଆର୍ଥିକ ବର୍ଷର ବଜେଟ ଗୃହରେ ଉପସ୍ଥାପିତ ହେବ । ମୁଖ୍ୟମନ୍ତ୍ରୀ ତଥା ଅର୍ଥ ମନ୍ତ୍ରୀ ମୋହନ ଚରଣ ମାଝୀ ଗୃହରେ ବଜେଟ ଆଗତ କରିବେ । ଏଥର ବଜେଟ ପାଖପାଖି ୧୫ ପ୍ରତିଶତ ବୃଦ୍ଧି ପାଇବ ବୋଲି ଆଶା କରାଯାଉଛି । ଆଜି ଗୃହ, ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ, ଅର୍ଥ, ଇଲେକ୍ଟ୍ରୋନିକ ଓ ସୂଚନା ପ୍ରଯୁକ୍ତି, ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ, ସଂସଦୀୟ ବ୍ୟାପାର ବିଭାଗର ପ୍ରଶ୍ନକାଳ ରହିଛି। ଶୂନ୍ୟକାଳରେ ବାରବାଟୀ ଅବ୍ୟବସ୍ଥା, ଆଇନ ଶୃଙ୍ଖଳା, କେନ୍ଦ୍ର ଅବହେଳା ପରି ଅନେକ ପ୍ରସଙ୍ଗ ଉଠିପାରେ ।

ସେହିପରି ଶାସକ ଦଳ ମଧ୍ୟ ବହୁ ପ୍ରସଙ୍ଗ ଉଠାଇପାରେ । ବିରୋଧୀ ବିଜେଡି ପକ୍ଷରୁ ମୁଲତବି ପ୍ରସ୍ତାବ ଦିଆଯିବ। କେନ୍ଦ୍ର ବଜେଟରେ ଓଡ଼ିଶା ପାଇଁ ସ୍ୱତନ୍ତ୍ର ଅନୁଦାନ ନଥିବା ନେଇ ବିରୋଧୀ ଡବଲ ଇଞ୍ଜିନ ସରକାରଙ୍କୁ ଟାର୍ଗେଟ କରିଥିଲେ । ତେଣୁ ଏଥର ରାଜ୍ୟ ବଜେଟ୍ ପେଡ଼ିରେ ରାଜ୍ୟବାସୀଙ୍କ ପାଇଁ କ’ଣ ରହିଛି ତାହା ଉପରେ ସମସ୍ତଙ୍କ ନଜର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗୋଷ୍ଠୀସଙ୍ଘର୍ଷ, ୭ ଆହତ 🔴 ବିଜାପୁରରେ ପୁଣି ମାଓ ହିଂସା 🔴 ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ସମ୍ଭାବନା 🔴 ଇସ୍ରାଏଲ ଓ ଇରାନ ଯୁଦ୍ଧରେ ଆମେରିକାର ଏଣ୍ଟ୍ରି 🔴 ମୁଖ୍ୟମନ୍ତ୍ରୀଙ୍କ ରଥଯାତ୍ରା ପ୍ରସ୍ତୁତି ସମୀକ୍ଷା 🔴 ଗୋପାଳପୁର ଗଣଦୁଷ୍କର୍ମ, କଂଗ୍ରେସର ଉଦବେଗ 🔴 ଏକ ବର୍ଷର ରିପୋର୍ଟ କାର୍ଡକୁ ତାଛଲ୍ୟ କଲେ ପୂର୍ବତନ ପିସିସି ସଭାପତି 🔴 ଉଛୁଳିଲା ନଈ, ବୁଡ଼ିଲା ଗାଁ 🔴 ୩ ଦିନ କାଁ ଭାଁ ଘଡ଼ଘଡ଼ି ସହ ବର୍ଷା 🔴 ସୁସ୍ଥ ଜୀବନ ପାଇଁ ଦରକାର ଯୋଗ 🔴 ଗୋଷ୍ଠୀସଙ୍ଘର୍ଷ, ୭ ଆହତ 🔴 ବିଜାପୁରରେ ପୁଣି ମାଓ ହିଂସା 🔴 ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ସମ୍ଭାବନା 🔴 ଇସ୍ରାଏଲ ଓ ଇରାନ ଯୁଦ୍ଧରେ ଆମେରିକାର ଏଣ୍ଟ୍ରି 🔴 ମୁଖ୍ୟମନ୍ତ୍ରୀଙ୍କ ରଥଯାତ୍ରା ପ୍ରସ୍ତୁତି ସମୀକ୍ଷା 🔴 ଗୋପାଳପୁର ଗଣଦୁଷ୍କର୍ମ, କଂଗ୍ରେସର ଉଦବେଗ 🔴 ଏକ ବର୍ଷର ରିପୋର୍ଟ କାର୍ଡକୁ ତାଛଲ୍ୟ କଲେ ପୂର୍ବତନ ପିସିସି ସଭାପତି 🔴 ଉଛୁଳିଲା ନଈ, ବୁଡ଼ିଲା ଗାଁ 🔴 ୩ ଦିନ କାଁ ଭାଁ ଘଡ଼ଘଡ଼ି ସହ ବର୍ଷା 🔴 ସୁସ୍ଥ ଜୀବନ ପାଇଁ ଦରକାର ଯୋଗ