Masthead

ଆଜି ଆସିବ ମୋହନ ସରକାରଙ୍କ ପ୍ରଥମ ପୂର୍ଣ୍ଣାଙ୍ଗ ବଜେଟ୍

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଗୋଟିଏ ଦିନ ବିରତି ପରେ ଆଜି ପୁଣି ସରଗରମ ହେବ ବିଧାନସଭା। ଆଜି ଗୃହରେ ୨୦୨୫-୨୬ ଆର୍ଥିକ ବର୍ଷର ବଜେଟ ଗୃହରେ ଉପସ୍ଥାପିତ ହେବ । ମୁଖ୍ୟମନ୍ତ୍ରୀ ତଥା ଅର୍ଥ ମନ୍ତ୍ରୀ ମୋହନ ଚରଣ ମାଝୀ ଗୃହରେ ବଜେଟ ଆଗତ କରିବେ । ଏଥର ବଜେଟ ପାଖପାଖି ୧୫ ପ୍ରତିଶତ ବୃଦ୍ଧି ପାଇବ ବୋଲି ଆଶା କରାଯାଉଛି । ଆଜି ଗୃହ, ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ, ଅର୍ଥ, ଇଲେକ୍ଟ୍ରୋନିକ ଓ ସୂଚନା ପ୍ରଯୁକ୍ତି, ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ, ସଂସଦୀୟ ବ୍ୟାପାର ବିଭାଗର ପ୍ରଶ୍ନକାଳ ରହିଛି। ଶୂନ୍ୟକାଳରେ ବାରବାଟୀ ଅବ୍ୟବସ୍ଥା, ଆଇନ ଶୃଙ୍ଖଳା, କେନ୍ଦ୍ର ଅବହେଳା ପରି ଅନେକ ପ୍ରସଙ୍ଗ ଉଠିପାରେ ।

ସେହିପରି ଶାସକ ଦଳ ମଧ୍ୟ ବହୁ ପ୍ରସଙ୍ଗ ଉଠାଇପାରେ । ବିରୋଧୀ ବିଜେଡି ପକ୍ଷରୁ ମୁଲତବି ପ୍ରସ୍ତାବ ଦିଆଯିବ। କେନ୍ଦ୍ର ବଜେଟରେ ଓଡ଼ିଶା ପାଇଁ ସ୍ୱତନ୍ତ୍ର ଅନୁଦାନ ନଥିବା ନେଇ ବିରୋଧୀ ଡବଲ ଇଞ୍ଜିନ ସରକାରଙ୍କୁ ଟାର୍ଗେଟ କରିଥିଲେ । ତେଣୁ ଏଥର ରାଜ୍ୟ ବଜେଟ୍ ପେଡ଼ିରେ ରାଜ୍ୟବାସୀଙ୍କ ପାଇଁ କ’ଣ ରହିଛି ତାହା ଉପରେ ସମସ୍ତଙ୍କ ନଜର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଝଡ଼ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ଝଡ଼ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା