Masthead

ଆଜିଠୁ ଯୁକ୍ତ୨ ପରୀକ୍ଷା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆଜିଠୁ ଯୁକ୍ତ୨ ପରୀକ୍ଷା । ଆଜିଠୁ ମାର୍ଚ୍ଚ ୨୭ ତାରିଖ ପର୍ଯ୍ୟନ୍ତ ଚାଲିବ ପରୀକ୍ଷା । ସକାଳ ୧୦ଟାରୁ ଅପରାହ୍ନ ୧ଟା ପର୍ଯ୍ୟନ୍ତ ସମସ୍ତ ପରୀକ୍ଷା ହେବ। ପ୍ରଥମ ଦିନରେ ଯୁକ୍ତ ଦୁଇ ବିଜ୍ଞାନ ଛାତ୍ରଛାତ୍ରୀଙ୍କର ଓଡ଼ିଆ ପରୀକ୍ଷା ଅଛି। କାଲିଠୁ ଯୁକ୍ତ ଦୁଇ କଳା ଓ ବାଣିଜ୍ୟ ଛାତ୍ରଛାତ୍ରୀଙ୍କ ପରୀକ୍ଷା ଆରମ୍ଭ ହେବ । ୨୦ ତାରିଖରୁ ଧନ୍ଦାମୂଳକ ଛାତ୍ରଛାତ୍ରୀଙ୍କ ପରୀକ୍ଷା ଆରମ୍ଭ ହେବ । ୨୨ ତାରିଖରେ ବିଜ୍ଞାନ ଛାତ୍ରଛାତ୍ରୀଙ୍କର ଇଂରାଜୀ ପରୀକ୍ଷା ଅଛି ।

୨୫ ତାରିଖରେ କଳା ଓ ବାଣିଜ୍ୟ ପିଲାଙ୍କର ଇଂରାଜୀ ପରୀକ୍ଷା ହେବ । ଚଳିତ ବର୍ଷ ଯୁକ୍ତ ଦୁଇ ପରୀକ୍ଷା ଦେବା ପାଇଁ ୩ ଲକ୍ଷ ୬୪ ହଜାର ୫୨୭ ଜଣ ରେଗୁଲାର ଛାତ୍ରଛାତ୍ରୀ ଆବେଦନ କରିଛନ୍ତି । ସେମାନଙ୍କ ମଧ୍ୟରୁ କଳାର ୨ ଲକ୍ଷ ୨୯ ହଜାର ୬୦୪ ଜଣ ହୋଇଥିବା ବେଳେ ବାଣିଜ୍ୟର ୨୩ ହଜାର ୫୬୦, ବିଜ୍ଞାନର ୧ ଲକ୍ଷ ୬ହଜାର ୩୨୫ ଓ ଧନ୍ଦାମୂଳକ ଶିକ୍ଷାର ୫୦୩୮ ଜଣ ଅଛନ୍ତି । ସେହିଭଳି ୨୭ ହଜାର ୨୮୨ ଜଣ ଏକ୍ସ-ରେଗୁଲାର ଛାତ୍ରଛାତ୍ରୀ ପରୀକ୍ଷା ଦେବାକୁ ଆବେଦନ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜି ଦେଶବ୍ୟାପୀ ଶ୍ରମିକ ସଙ୍ଗଠନର ‘ଭାରତ ବନ୍ଦ’ ଡାକରା 🔴 ନୀଳକନ୍ଦରକୁ ବିଜେ କଲେ ନୀଳମଣି, ଆଜିଠୁ ଭକ୍ତଙ୍କୁ ମିଳିବ ନୀଳାଚଳ ଅବଢ଼ା 🔴 ଜନ୍ମବେଦୀରେ ସରିଲା ଲୀଳାଖେଳା, ନୀଳକନ୍ଦରକୁ ଫେରିବେ ନୀଳମଣି 🔴 ରାଜ୍ୟରେ ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ 🔴 ମନମୋହନ ରିପିଟ୍ 🔴 ଗଞ୍ଜାମରେ ଡାଇରିଆ ଆତଙ୍କ 🔴 ଆଜି ଅଧରପଣା ନୀତି 🔴 ଭାଙ୍ଗିଲା ରଥ ଚକ, ଭକ୍ତଙ୍କ କାନ୍ଧରେ ଗଲେ ଜଗନ୍ନାଥ 🔴 ଖୋଲିଲା ହୀରାକୁଦ ଗେଟ୍ 🔴 ୧୨ ଘଣ୍ଟାରେ ଲଘୁଚାପ! 🔴 ଆଜି ଦେଶବ୍ୟାପୀ ଶ୍ରମିକ ସଙ୍ଗଠନର ‘ଭାରତ ବନ୍ଦ’ ଡାକରା 🔴 ନୀଳକନ୍ଦରକୁ ବିଜେ କଲେ ନୀଳମଣି, ଆଜିଠୁ ଭକ୍ତଙ୍କୁ ମିଳିବ ନୀଳାଚଳ ଅବଢ଼ା 🔴 ଜନ୍ମବେଦୀରେ ସରିଲା ଲୀଳାଖେଳା, ନୀଳକନ୍ଦରକୁ ଫେରିବେ ନୀଳମଣି 🔴 ରାଜ୍ୟରେ ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ 🔴 ମନମୋହନ ରିପିଟ୍ 🔴 ଗଞ୍ଜାମରେ ଡାଇରିଆ ଆତଙ୍କ 🔴 ଆଜି ଅଧରପଣା ନୀତି 🔴 ଭାଙ୍ଗିଲା ରଥ ଚକ, ଭକ୍ତଙ୍କ କାନ୍ଧରେ ଗଲେ ଜଗନ୍ନାଥ 🔴 ଖୋଲିଲା ହୀରାକୁଦ ଗେଟ୍ 🔴 ୧୨ ଘଣ୍ଟାରେ ଲଘୁଚାପ!