Masthead

ଗୁଳି ମାଡରେ ଶଳା ଭିଣେଇ ଗୁରୁତର

ଅନୁଗୋଳ (ବଡ଼ ଖବର ବ୍ୟୁରୋ): ଅନୁଗୋଳ ଜିଲ୍ଲା ବନ୍ତଳା ଥାନା କହ୍ନେଇ ନଗର ଠାରେ ଗୁଳି ମାଡରେ ଶଳା ଭିଣେଇ ଗୁରୁତର । ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି । ଦୁଇ ଗୁରୁତର ହେଲେ ବନ୍ତଳା ଥାନା ଅନ୍ତର୍ଗତ କହ୍ନେଇ ନଗର ଅଞ୍ଚଳର ଶିବରାମ ନାଏକ ଏବଂ ବିଷ୍ଣୁ ଚରଣ ନାଏକ । ଅନୁଗୋଳ ସହରରୁ ଏକ ଅଟୋ ଯୋଗେ ବିଷ୍ଣୁ ଚରଣ ନାଏକ ଏବଂ ଶିବରାମ ନାଏକ ଘରକୁ ଫେରୁଥିବା ବେଳେ କହ୍ନେଇ ନଗର ବନଦୂର୍ଗା ନିକଟରେ ଦୁଇ ବାଇକରେ ପାଞ୍ଚ ଜଣ ଆସି ଅଟୋକୁ ଅଟକାଇ ଏକ ବନ୍ଧୁକ ବାହାର କରି ଗୁଳି ମାଡ କରି ଚାଲିଥିଲେ।

ଯାହା ଫଳରେ ଶିବରାମ ନାଏକ ଏବଂ ବିଷ୍ଣୁ ଚରଣ ନାଏକ ଗୁରୁତର ହୋଇ ଯାଇଥିଲେ। ବିଷ୍ଣୁଙ୍କର ଦୁଇ ଜଙ୍ଗରେ ତିନୋଟି ଏବଂ ପେଟରେ ଗୋଟେ ଗୁଳି ମାଡ ହୋଇଥିବା ବେଳେ ଶିବରାମ ପେଟରେ ଗୋଟେ ଗୁଳି ବାଜିଛି। ବିଷ୍ଣୁଙ୍କର କହିବା କଥା ଯେ ପୂର୍ବ ଶତ୍ରୁତାରୁ ଆମକୁ ଗୁଳି ମାରିଛନ୍ତି। ଦୁହିଁଙ୍କ ଅବସ୍ଥା ସଂକଟାପନ୍ନ ହେବାରୁ ଦୁହିଁଙ୍କୁ କଟକ ସ୍ଥାନାନ୍ତର କରାଯାଇଛି। ଏ ପଟେ ଖବର ପାଇ ବନ୍ତଳା ପୋଲିସ ପହଁଚି ତଦନ୍ତ ଆରମ୍ଭ କରିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ