Masthead

ଏସପି ଅଫିସ କଡ଼ରୁ ୩ଲକ୍ଷ ଲୁଟ

ସମ୍ବଲପୁର (ବଡ଼ ଖବର ବ୍ୟୁରୋ): ସମ୍ବଲପୁର ସହରରେ ପୁଣି ସକ୍ରିୟ ହୋଇଛନ୍ତି କଳା ପଲସର ଲୁଟେରା ଗ୍ୟାଙ୍କ । ସମ୍ବଲପୁର ସହରର ଏସପି ଅଫିସଠାରୁ ୧୦୦ ମିଟର ଦୂର ଷ୍ଟେଟ୍ ବ୍ୟାଙ୍କ ମୁଖ୍ୟଶାଖା ସମ୍ମୁଖରୁ ୩ ଲକ୍ଷ ଟଙ୍କା ଭତ୍ତି ବ୍ୟାଗ୍ ଲୁଟି ନେଇଥିବା ଅଭିଯୋଗ ହୋଇଛି ।  ଏନେଇ ଟାଉନ ଥାନାରେ ଅଭିଯୋଗ ହେବାପରେ ପୋଲିସ ତଦନ୍ତ ଆରମ୍ଭ କରିଛି ।

ଅନ୍ୟପଟେ ଲୁଟେରାଙ୍କୁ ଧରିବା ପାଇଁ ସମ୍ବଲପୁର ପୋଲିସ ୩ଟି ଟିମ ଗଠନ କରି ବିଭିନ୍ନ ସ୍ଥାନରେ ଚଡାଉ ଜାରି ରଖିିଛି। ଗୁରୁବାର ଦିନ ୨.୩୦ ମିନିଟ ସମୟରେ ସମ୍ବଲପୁର କୋଟର ଷ୍ଟାମ୍ପଭେଣ୍ଡର ଘନସ୍ୟାମ ସୁପକାର ଏକ ବ୍ୟାଗ୍ ରେ ୩ ଲକ୍ଷ ଟଙ୍କା ଭତ୍ତି କରି ଷ୍ଟେଟ୍ ବ୍ୟାଙ୍କ ମୁଖ୍ୟ ଶାଖାକୁ ଜମା କରିବାକୁ ଆସିଥିଲେ । ବ୍ୟାଙ୍କ ବାହାରେ ଗାଡି ରଖି ଭିତରକୁ ଯାଉଥିବା ସମୟରେ ୨ ଜଣ ଲୁଟେରା ଏକ କଳା ପଲସରରେ ଆସି ଆଖି ପିଜୁଳାକେ ଟଙ୍କା ଭତ୍ତି ବ୍ୟାକ ଲୁଟନେଇଥିଲେ । ଲୁଟେରାମାନେ ମହାନଦୀର ଦ୍ୱିତୀୟ ବ୍ରିଜ ଦେଇ ଫେରାର ହୋଇଯାଇଥିବା ଅଭିଯୋଗ ହୋଇଛି । ଟାଉନ ଥାନାରେ ଅଭିଯୋଗ ପରେ ପୋଲିସ ଲୁଟେରାଙ୍କୁ ଧରିବା ପାଇଁ ତଦନ୍ତ ଜାରି ରଖିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି