Masthead

୩ ଲକ୍ଷ ୨୮ ହଜାର ୯୩୨ ଜଣ ମୃତ ବ୍ୟକ୍ତିଙ୍କ ନାଁରେ ଉଠୁଥିଲା ରାସନ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):  ରାସନ ସର୍ଭେକୁ ନେଇ ବିଧାନସଭାରେ ଲିଖିତ ଉତ୍ତର ରଖିଲେ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର । ସେ କହିଛନ୍ତି ମୃତ ବ୍ୟକ୍ତି ଙ୍କ ନାଁ ରେ ଉଠୁଥିଲା ରାସନ । ରାଜ୍ୟରେ ୩ ଲକ୍ଷ ୨୮ ହଜାର ୯୩୨ ଜଣ ମୃତ ବ୍ୟକ୍ତିଙ୍କ ନାଁରେ ଉଠୁଥିଲା ରାସନ । ରାଜ୍ୟ ସରକାରଙ୍କ ପକ୍ଷରୁ ଇକେୱାସି ପ୍ରକ୍ରିୟା ପରେ ୩ ଲକ୍ଷ ୨୮ ହଜାର ୯୩୨ ଜଣ ମୃତ ବ୍ୟକ୍ତି ଙ୍କ ନାଁକୁ ବାଦ ଦିଆ ଯାଇଛି ।

ସର୍ବାଧିକ କେନ୍ଦୁଝରରେ ୩୫ ହଜାର ୫୫୦ ଜଣ ମୃତ ବ୍ୟକ୍ତି ରାସନ କାର୍ଡ ହାତେଇ ଥିବା ବେଳେ ଗଞ୍ଜାମରେ ୨୫ ହଜାର ୭୮୯, ମୟୁରଭଞ୍ଜ ରେ ୨୩ ହଜାର ୭୯୯, ରାୟଗଡ଼ା ରେ ୨୨ ହଜାର ୪୧୧ ଜଣ ମୃତ ବ୍ୟକ୍ତିଙ୍କ ନାଁରେ ଉଠୁ ଥିଲା ଚାଉଳ ବୋଲି କହିଛନ୍ତି କୃଷ୍ଣଚନ୍ଦ୍ର । ରାଜ୍ୟରେ ୧୬ ହଜାର ୧୮୪ ଅଯୋଗ୍ୟ ପରିବାର ରାସନ କାର୍ଡ ହାତେଇ ଥିଲେ । ବିଭିନ୍ନ ମାନ ଦଣ୍ଡ ରେ ସେମାନଙ୍କୁ ଚିହ୍ନଟ କରି ସେମାନଙ୍କୁ ବାଦ ଦିଆଯାଇଛି ବୋଲି ଗୃହରେ ଲିଖିତ ଉତ୍ତର ରଖିଲେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗୋଷ୍ଠୀସଙ୍ଘର୍ଷ, ୭ ଆହତ 🔴 ବିଜାପୁରରେ ପୁଣି ମାଓ ହିଂସା 🔴 ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ସମ୍ଭାବନା 🔴 ଇସ୍ରାଏଲ ଓ ଇରାନ ଯୁଦ୍ଧରେ ଆମେରିକାର ଏଣ୍ଟ୍ରି 🔴 ମୁଖ୍ୟମନ୍ତ୍ରୀଙ୍କ ରଥଯାତ୍ରା ପ୍ରସ୍ତୁତି ସମୀକ୍ଷା 🔴 ଗୋପାଳପୁର ଗଣଦୁଷ୍କର୍ମ, କଂଗ୍ରେସର ଉଦବେଗ 🔴 ଏକ ବର୍ଷର ରିପୋର୍ଟ କାର୍ଡକୁ ତାଛଲ୍ୟ କଲେ ପୂର୍ବତନ ପିସିସି ସଭାପତି 🔴 ଉଛୁଳିଲା ନଈ, ବୁଡ଼ିଲା ଗାଁ 🔴 ୩ ଦିନ କାଁ ଭାଁ ଘଡ଼ଘଡ଼ି ସହ ବର୍ଷା 🔴 ସୁସ୍ଥ ଜୀବନ ପାଇଁ ଦରକାର ଯୋଗ 🔴 ଗୋଷ୍ଠୀସଙ୍ଘର୍ଷ, ୭ ଆହତ 🔴 ବିଜାପୁରରେ ପୁଣି ମାଓ ହିଂସା 🔴 ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ସମ୍ଭାବନା 🔴 ଇସ୍ରାଏଲ ଓ ଇରାନ ଯୁଦ୍ଧରେ ଆମେରିକାର ଏଣ୍ଟ୍ରି 🔴 ମୁଖ୍ୟମନ୍ତ୍ରୀଙ୍କ ରଥଯାତ୍ରା ପ୍ରସ୍ତୁତି ସମୀକ୍ଷା 🔴 ଗୋପାଳପୁର ଗଣଦୁଷ୍କର୍ମ, କଂଗ୍ରେସର ଉଦବେଗ 🔴 ଏକ ବର୍ଷର ରିପୋର୍ଟ କାର୍ଡକୁ ତାଛଲ୍ୟ କଲେ ପୂର୍ବତନ ପିସିସି ସଭାପତି 🔴 ଉଛୁଳିଲା ନଈ, ବୁଡ଼ିଲା ଗାଁ 🔴 ୩ ଦିନ କାଁ ଭାଁ ଘଡ଼ଘଡ଼ି ସହ ବର୍ଷା 🔴 ସୁସ୍ଥ ଜୀବନ ପାଇଁ ଦରକାର ଯୋଗ