Masthead

ଓଡ଼ିଶାର ଦୁଇଟି ଜିଲ୍ଲାରେ ମିଳିଛି ସୁନା ଖଣିର ସନ୍ଧାନ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଓଡ଼ିଶାର ଦୁଇଟି ଜିଲ୍ଲାରେ ମିଳିଛି ସୁନା ଖଣିର ସନ୍ଧାନ। ଦେବଗଡ଼ ଜିଲ୍ଲାର ଆଡ଼ାସ-ରମାପଲ୍ଲୀ ଏବଂ କେନ୍ଦୁଝର ଜିଲ୍ଲାର ଗୋପୁର-ଗଜିପୁର ଅଞ୍ଚଳରେ ସୁନା ଖଣିର ସନ୍ଧାନ ମିଳିଥିବା ବିଧାନସଭାରେ ଉତ୍ତର ରଖିଲେ ଖଣି ମନ୍ତ୍ରୀ । ଦେବଗଡ ଜିଲ୍ଲାର ଆଡାସ ରାମପଲ୍ଲୀ ଅଞ୍ଚଳରେ ଭାରତୀୟ ଭୂ-ବୈଜ୍ଞାନିକ ସଂସ୍ଥା (GSI) ଦ୍ବାରା ଜି-୨ ସ୍ତରରେ ଅନୁସନ୍ଧାନ କାର୍ଯ୍ୟ ସରିଛି ।

କେଉଁଝର ଜିଲ୍ଲାର ଗୋପୁର–ଗଜିପୁର ଅଞ୍ଚଳରେ ଜି-୩ ସ୍ତରର ଅନୁସନ୍ଧାନରେ ସନ୍ତୋଷଜନକ ଫଳାଫଳ ବାହାରିବା ଯୋଗୁଁ ସେ ଅଞ୍ଚଳରେ ଭାରତୀୟ ଭୂ-ବୈଜ୍ଞାନିକ ସଂସ୍ଥା (GSI) ଓ ରାଜ୍ୟ ଖଣି ଓ ଭୂତତ୍ତ୍ଵ ନିର୍ଦ୍ଦେଶାଳୟ ର ସହଭାଗିତାରେ ଜି-୨ ସ୍ତରରେ ଅନୁସନ୍ଧାନ କାର୍ଯ୍ୟ ଚାଲୁ ରହିଛି । ଅନୁସନ୍ଧାନକାରୀ ସଂସ୍ଥାମାନେ ଚୁଡାନ୍ତ ରିପୋର୍ଟ ପ୍ରଦାନ କଲା ପରେ ବୈଷୟିକ କମିଟିର ସୁପାରିଶ କ୍ରମେ ପରବର୍ତ୍ତୀ ପଦକ୍ଷେପ ନିଆଯିବ ବୋଲି ବିଧାନସଭାରେ ଲିଖିତ ଉତ୍ତର ରଖିଲେ ଖଣି ମନ୍ତ୍ରୀ ବିଭୂତି ଭୂଷଣ ଜେନା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼