Masthead

ଓଡ଼ିଶାର ଦୁଇଟି ଜିଲ୍ଲାରେ ମିଳିଛି ସୁନା ଖଣିର ସନ୍ଧାନ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଓଡ଼ିଶାର ଦୁଇଟି ଜିଲ୍ଲାରେ ମିଳିଛି ସୁନା ଖଣିର ସନ୍ଧାନ। ଦେବଗଡ଼ ଜିଲ୍ଲାର ଆଡ଼ାସ-ରମାପଲ୍ଲୀ ଏବଂ କେନ୍ଦୁଝର ଜିଲ୍ଲାର ଗୋପୁର-ଗଜିପୁର ଅଞ୍ଚଳରେ ସୁନା ଖଣିର ସନ୍ଧାନ ମିଳିଥିବା ବିଧାନସଭାରେ ଉତ୍ତର ରଖିଲେ ଖଣି ମନ୍ତ୍ରୀ । ଦେବଗଡ ଜିଲ୍ଲାର ଆଡାସ ରାମପଲ୍ଲୀ ଅଞ୍ଚଳରେ ଭାରତୀୟ ଭୂ-ବୈଜ୍ଞାନିକ ସଂସ୍ଥା (GSI) ଦ୍ବାରା ଜି-୨ ସ୍ତରରେ ଅନୁସନ୍ଧାନ କାର୍ଯ୍ୟ ସରିଛି ।

କେଉଁଝର ଜିଲ୍ଲାର ଗୋପୁର–ଗଜିପୁର ଅଞ୍ଚଳରେ ଜି-୩ ସ୍ତରର ଅନୁସନ୍ଧାନରେ ସନ୍ତୋଷଜନକ ଫଳାଫଳ ବାହାରିବା ଯୋଗୁଁ ସେ ଅଞ୍ଚଳରେ ଭାରତୀୟ ଭୂ-ବୈଜ୍ଞାନିକ ସଂସ୍ଥା (GSI) ଓ ରାଜ୍ୟ ଖଣି ଓ ଭୂତତ୍ତ୍ଵ ନିର୍ଦ୍ଦେଶାଳୟ ର ସହଭାଗିତାରେ ଜି-୨ ସ୍ତରରେ ଅନୁସନ୍ଧାନ କାର୍ଯ୍ୟ ଚାଲୁ ରହିଛି । ଅନୁସନ୍ଧାନକାରୀ ସଂସ୍ଥାମାନେ ଚୁଡାନ୍ତ ରିପୋର୍ଟ ପ୍ରଦାନ କଲା ପରେ ବୈଷୟିକ କମିଟିର ସୁପାରିଶ କ୍ରମେ ପରବର୍ତ୍ତୀ ପଦକ୍ଷେପ ନିଆଯିବ ବୋଲି ବିଧାନସଭାରେ ଲିଖିତ ଉତ୍ତର ରଖିଲେ ଖଣି ମନ୍ତ୍ରୀ ବିଭୂତି ଭୂଷଣ ଜେନା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩ ଦିନ କାଁ ଭାଁ ଘଡ଼ଘଡ଼ି ସହ ବର୍ଷା 🔴 ସୁସ୍ଥ ଜୀବନ ପାଇଁ ଦରକାର ଯୋଗ 🔴 ବିକଶିତ ଓଡ଼ିଶାର ମୁଖ୍ୟ ଶକ୍ତି : ଲକ୍ଷପତି ଦିଦି 🔴 ବଟି ମାଗି ବିଜେଡି ନେତା ଗିରଫ 🔴 ଟ୍ରାଫିକ ଜାମରେ ଫସିଲା ଆମ୍ବୁଲାନ୍ସ, ରୋଗୀ ଛଟପଟ 🔴 ରାଜ୍ୟରେ ଆଜିଠୁ ଖୋଲିବ ସ୍କୁଲ 🔴 ପୁଣି ଆସୁଛି ଆଉ ଏକ ଲଘୁଚାପ 🔴 ଆଜି ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି 🔴 ୯ଟି ଜିଲ୍ଲାରେ ପ୍ରବଳ ବର୍ଷା 🔴 ନବ ଦାସଙ୍କ ଘରେ ଆଇଟି ରେଡ୍ 🔴 ୩ ଦିନ କାଁ ଭାଁ ଘଡ଼ଘଡ଼ି ସହ ବର୍ଷା 🔴 ସୁସ୍ଥ ଜୀବନ ପାଇଁ ଦରକାର ଯୋଗ 🔴 ବିକଶିତ ଓଡ଼ିଶାର ମୁଖ୍ୟ ଶକ୍ତି : ଲକ୍ଷପତି ଦିଦି 🔴 ବଟି ମାଗି ବିଜେଡି ନେତା ଗିରଫ 🔴 ଟ୍ରାଫିକ ଜାମରେ ଫସିଲା ଆମ୍ବୁଲାନ୍ସ, ରୋଗୀ ଛଟପଟ 🔴 ରାଜ୍ୟରେ ଆଜିଠୁ ଖୋଲିବ ସ୍କୁଲ 🔴 ପୁଣି ଆସୁଛି ଆଉ ଏକ ଲଘୁଚାପ 🔴 ଆଜି ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି 🔴 ୯ଟି ଜିଲ୍ଲାରେ ପ୍ରବଳ ବର୍ଷା 🔴 ନବ ଦାସଙ୍କ ଘରେ ଆଇଟି ରେଡ୍