Masthead

୪ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟର ୪ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା । ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର ଓ ବାଲେଶ୍ୱର ଜିଲ୍ଲାର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ୪୦ରୁ ୫୦ କିମି ବେଗରେ ପବନ ବି ବହିପାରେ । ଏଥିପାଇଁ ଏହି ୪ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଖାଲି ଏହି ୪ ଜିଲ୍ଲା ନୁହେଁ, ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ଅଛି । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ଅନୁଗୁଳ, ଖୋର୍ଦ୍ଧା, ପୁରୀ ଓ ନୟାଗଡ଼ର ବିଭିନ୍ନ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ସତର୍କ କରାଇଛି।

ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ୩୦ରୁ ୪୦ କିମି ବେଗରେ ପବନ ବହିପାରେ । ଏ ସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୨୩ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଢେଙ୍କାନାଳ, ଯାଜପୁର ଓ କେନ୍ଦ୍ରାପଡ଼ାରେ ବିଜୁଳି ଓ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଅଛି । ଏ ସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୨୪ ତାରିଖରେ ବି ବାଲେଶ୍ୱର ଓ ମୟୂରଭଞ୍ଜ ପାଇଁ ସତର୍କତା ଜାରି କରାଯାଇଛି । ଉତ୍ତର ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ଏହାପରେ ବର୍ଷା କମିବା ସହ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାରେ ସାମାନ୍ୟ ପ୍ରଭାବ ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି।

ଗତ ୨୪ ଘଣ୍ଟାରେ ଭୁବନେଶ୍ବରରେ ୨୫.୪, ବାରିପଦାରେ ୨୨.୪, ଢେଙ୍କାନାଳରେ ୨୧, ଚାନ୍ଦବାଲିରେ ୧୮.୪, ତାଳଚେରରେ ୧୫, କେନ୍ଦୁଝରରେ ୧୨.୮, ଭଦ୍ରକରେ ୭.୬, ବାଲେଶ୍ବରରେ ୬.୯, କଟକରେ ୫ ମିମି ବର୍ଷା ହୋଇଛି। କେନ୍ଦୁଝର ଜିଲ୍ଲାରେ ସର୍ବାଧିକ ୧୭.୭ ମିମି ବର୍ଷା ରେକର୍ଡ କରାଯାଇଛି । ସେପଟେ ଅଦିନିଆ ବର୍ଷାରୁ ଅମଳ ଫସଲର ସୁରକ୍ଷା ପାଇଁ ବ୍ୟାପକ ପଦକ୍ଷେପ ନିଆଯାଇଛି । ରାଜ୍ୟରେ ଖରିଫ ଧାନସଂଗ୍ରହ ପ୍ରକ୍ରିୟା ଜାରି ରହିଥିବାବେଳେ ଅଦିନିଆ ବର୍ଷା ବିଭିନ୍ନ ଜିଲ୍ଲାମାନଙ୍କରେ ମଧ୍ୟ ଜାରି ରହିଛି । ଏହି ଅଦିନିଆ ବର୍ଷାକୁ ଦୃଷ୍ଟିରେ ରଖି ଧାନକିଣା ପ୍ରକ୍ରିୟାକୁ ଚାଲୁ ରଖିବା ସହିତ ଅମଳ ଧାନର ସୁରକ୍ଷା ପାଇଁ ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ଆବଶ୍ୟକୀୟ ଆଗୁଆ ପଦକ୍ଷେପ ଗ୍ରହଣ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ