Masthead

ଶୋଇଥିବାବେଳେ ଫାର୍ମ ହାଉସ ମାଲିକଙ୍କୁ ଗୁଳିକରି ହତ୍ୟା 

ଢେଙ୍କାନାଳ (ବଡ଼ ଖବର ବ୍ୟୁରୋ): ଢେଙ୍କାନାଳ ସଦର ଥାନା ଫାସିଗାଁ ଗ୍ରାମ ନିକଟ ଫାର୍ମ ହାଉସରେ ଗୁଳିକାଣ୍ଡରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛି । ସୂଚନା ମୁତାବକ କଳାଙ୍ଗ ଚାକୁଣ୍ଡାନାଳୀ ଗ୍ରାମର ଗୋବିନ୍ଦଚନ୍ଦ୍ର ନାଏକ ଫାସିଙ୍ଗା ଶିବମନ୍ଦିର ନିକଟ ନିଜ ଫାର୍ମ ହାଉସରେ ଗତ ରାତିରେ ସୋଇଥିବା ବେଳେ ଫାର୍ମ ହାଉସକୁ କେହି ଦୃର୍ବୁତ୍ତ ଆସି ଟର୍ଚ୍ଚ ମାରିଥିଲେ ।  ଏହା ଦେଖି ଗୋବିନ୍ଦ ପାଟି କରିବାରୁ ଦୃର୍ବୁତ୍ତମାନେ ଗୁଳି କରିଥିଲେ ।

ଯାହାଦ୍ୱାରା ଗୋବିନ୍ଦ ଗୁରୁତର ଭାବେ ଉଦ୍ଧାର ହୋଇ ଢେଙ୍କାନାଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଥିଲେ । ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଗୁଳିକାଣ୍ଡର କାରଣ ଅସ୍ପଷ୍ଟ ରହିଛି। ଏନେଇ ସଦରଥାନା ପୋଲିସ ତଦନ୍ତ ଜାରି ରଖିଛି। ତେବେ ହତ୍ୟାକାଣ୍ଡ ନେଇ ଅନେକ କଥା ଶୁଣିବାକୁ ମିଳୁଛି ।  ଠିକାଦାରୀ କାମକୁ ନେଇ ହତ୍ୟାକାଣ୍ଡ ହୋଇଥାଇପାରେ କିମ୍ବା ରାଜନୈତିକ ଶତ୍ରୁତା ପାଇଁ ମଧ୍ୟ ହତ୍ୟା ହୋଇଥାଇ ପାରେ ବୋଲି ଆଲୋଚନା ମଧ୍ୟ ହେଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ