Masthead

ଆଜିଠୁ ଦିଲ୍ଲୀ ବିଧାନସଭା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆଜିଠାରୁ ଆରମ୍ଭ ହେବ ପ୍ରଥମ ବିଧାନସଭା ଅଧିବେଶନ। ୩ ଦିନ ଧରି ଚାଲିବ ଏହି ଅଧିବେଶନ । ଆଜି ପ୍ରଥମ ଦିନରେ ବିଜେପି ବିଧାୟକ ଅରବିନ୍ଦର ସିଂ ଲଭଲିଙ୍କୁ କାମଚଳା ବାଚସ୍ପତି ଭାବେ ଶପଥ ପାଠ କରାଇବେ ଦିଲ୍ଲୀ ଉପରାଜ୍ୟପାଳ। ଏହାପରେ ଦିନ ୧୧ଟାରେ ସମସ୍ତ ବିଧାୟକ ଶପଥ ଗ୍ରହଣ କରିବେ । ଅପରାହ୍ଣ ୨ଟାରେ ବାଚସ୍ପତି ଓ ଉପବାଚସ୍ପତି ନିର୍ବାଚନ ହେବ। ବିଜେପି ବିଧାୟକ ବିଜେନ୍ଦ୍ର ଗୁପ୍ତାଙ୍କୁ ବାଚସ୍ପତି କରିବାକୁ ପ୍ରସ୍ତାବ ଦେବେ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା। ଏହାକୁ ବିଜେପି ବିଧାୟକ ମନଜିନ୍ଦର ସିଂ ସିର୍ସା ସମର୍ଥନ କରିବେ ।

ତେବେ ୨୫ ତାରିଖରେ ଗୃହରେ ସିଏଜି ରିପୋର୍ଟ ଉପସ୍ଥାପିତ ହେବ । ଯାହାକୁ ନେଇ ସରଗରମ ରହିପାରେ ବିଧାନସଭା। ମଦ ମହାଦୁର୍ନୀତିରେ ୨ହଜାର କୋଟିରୁ ଅଧିକ ଟଙ୍କାର ଘୋଟଲା ଅଭିଯୋଗକୁ ନେଇ ଆପକୁ ଘେରିପାରନ୍ତି ଶାସକ ବିଜେପି ବିଧାୟକ।୨୫ ତାରିଖରେ ଉପରାଜ୍ୟପାଳ ଗୃହକୁ ସମ୍ବୋଧିତ କରିବା ପରେ ସିଏଜି ରିପୋର୍ଟ ଉପସ୍ଥାପିତ ହେବ ବୋଲି ସୂଚନା ମିଳିଛି। ସେପଟେ ଆପ୍ ପ୍ରଥମ ଥର ପାଇଁ ବିରୋଧୀ ଦଳ ଆସନରେ ବସିବାକୁ ଥିବା ବେଳେ, ପୂର୍ବତନ ମୁଖ୍ୟମନ୍ତ୍ରୀ ଆତିଶୀଙ୍କୁ ବିରୋଧୀ ଦଳ ନେତା ବଛାଯାଇଛି। ଦିଲ୍ଲୀର ପ୍ରଥମ ମହିଳା ବିରୋଧୀ ଦଳ ନେତା ବନିଛନ୍ତି ଆତିଶୀ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼