Masthead

ପ୍ରେମକୁ ନେଇ ଯୁବତୀଙ୍କ ବେକ କାଟିଲେ ଯୁବକ

ସୋର (ବଡ଼ ଖବର ବ୍ୟୁରୋ): ପ୍ରେମ ଜନିତ କାରଣରୁ ଜଣେ ଯୁବତୀଙ୍କୁ ବିଭତ୍ସ ହତ୍ୟା । ଯୁବତୀ ଜଣଙ୍କ ହେଲେ ସୋର ପୌରାଞ୍ଚଳ ଲିଙ୍ଗପଡ଼ା ଗ୍ରାମର ଜ୍ୟୋତିର୍ମୟୀ ରଣା । ଜ୍ୟୋତିର୍ମୟୀ ଭୁବନେଶ୍ୱରରେ ଏକ ଘରୋଇ ସଂସ୍ଥାରେ କାମ କରୁଥିବା ବେଳେ ଦୁଇମାସ ତଳେ ଘରକୁ ଆସିଥିଲେ। ଘରେ କେହି ନଥିବା ବେଳେ ଅଭିଯୁକ୍ତ ଏଭଳି କରିଥିବା ଅନୁମାନ କରାଯାଉଛି । ମାତ୍ର କିଛି ସମୟ ପରେ ଘର ଲୋକ ଫେରି ଦେଖିଲାବେଳକୁ ଜ୍ୟୋତିଙ୍କ ଗଳା କଟା ଯାଇଥିବା ଦେଖିଥିଲେ ।

ପରେ ତୁରନ୍ତ ସୋର ଡାକ୍ତରଖାନାକୁ ନେଇଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି। ଖବର ପାଇ ସୋର ପୁଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଗତ ଦୁଇଦିନ ତଳେ ଜଣେ ଯୁବକ ତାଙ୍କୁ ହଇରାଣ କରୁଥିବା ନେଇ ସୋର ଥାନାରେ ଅଭିଯୋଗ ହୋଇଥିବା ବେଳେ ପ୍ରେମ ଜନିତ କାରଣରୁ ଏହି ହତ୍ୟା ହୋଇଥାଇ ପାରେ ବୋଲି ଅନୁମାନ କରାଯାଉଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ