ନବ ଦାସ ହତ୍ୟା ଡାଏରୀ ରିଓପନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପୁଣି ଖୋଲିଲା ନବ ଦାସ ହତ୍ୟା ମାମଲା ଡାଏରୀ । ଝିଅ ଦୀପାଳି ଓ ପୁଅ ବିଶାଳଙ୍କୁ ନୋଟିସ କଲା କ୍ରାଇମବ୍ରାଞ୍ଚ । ମାର୍ଚ୍ଚ ପ୍ରଥମ ସପ୍ତାହ ମଧ୍ୟରେ ହାଜର ହେବାକୁ ନୋଟିସ୍‌ । ମାମଲାରେ କ୍ରାଇମବ୍ରାଞ୍ଚ ନିକଟରେ ପକ୍ଷ ରଖିବାକୁ ଉଭୟଙ୍କୁ ନୋଟିସ୍‌ କରାଯାଇଛି । ନବଙ୍କ ହତ୍ୟାକୁ ନେଇ ଉଭୟଙ୍କ ବୟାନବାଜିକୁ ନେଇ ନୋଟିସ୍‌ । ମାମଲାରେ ଏବେ ଯାଏଁ କ୍ରାଇମବ୍ରାଞ୍ଚର ତଦନ୍ତ ସମାପ୍ତ ହୋଇନି ।

ଫାଇନାଲ ଚାର୍ଜସିଟ୍‌ ଦାଖଲ କରିନି କ୍ରାଇମବ୍ରାଞ୍ଚ । ତେବେ କ୍ରାଇମବ୍ରାଞ୍ଚ ତଦନ୍ତକୁ ନେଇ କିଛି ଆପତ୍ତି ଥିଲେ ଉଭୟ ଜଣାଇପାରିବେ। ଉଭୟଙ୍କ ବୟାନ ମାମଲାକୁ ଦେଇପାରେ ନୂଆମୋଡ଼ । ଏବେ ବି ନବ ଦାସ ହତ୍ୟା ମାମଲାର ତଦନ୍ତ ଓପନ୍ ଥିବା କହିଛନ୍ତି କ୍ରାଇମବ୍ରାଞ୍ଚ ଏଡିଜି ବିନୟତୋଷ ମିଶ୍ର । ପୂର୍ବରୁ ସିବିଆଇ ତଦନ୍ତ ପାଇଁ ରାଜ୍ୟ ସରକାରଙ୍କୁ କହିଥିଲେ ଦୀପାଳି । ପରିବାର ସହ ଆଲୋଚନା କରି ଏଥିପାଇଁ ଲିଖିତ ଭାବେ ଦେବାକୁ ବି ଦୀପାଳି କହିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’