Masthead

ଡରାଇଲାଣି ତାତି; ଟିଟିଲାଗଡ଼ ଦେଶର ସବୁଠୁ ଉତ୍ତପ୍ତ ସହର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଟିଟିଲାଗଡ଼ ଦେଶର ଉତ୍ତପ୍ତ ସହର । ଶନିବାର ଟିଟିଲାଗଡ଼ରେ ତାପମାତ୍ରା ସର୍ବାଧିକ ୩୮.୫ ଡିଗ୍ରୀ ରେକର୍ଡ ହୋଇଛି। ଏହା ରାଜ୍ୟର ତତଲା ସହର ପାଲଟିଛି। ମାର୍ଚ୍ଚ ମାସ ଆରମ୍ଭରୁ ଏଭଳି ତାତି ବଢ଼ିବା ଚିନ୍ତାର କାରଣ ପାଲଟିଛି । ଆଗକୁ ତାତି ଆହୁରି ଡରାଇବ ବୋଲି ଆଶଙ୍କା ସୃଷ୍ଟି ହେଲାଣି । ଏବର୍ଷ ମାର୍ଚ୍ଚ ମାସରୁ ମେ ମାସ ଯାଏ ଗ୍ରୀଷ୍ମଲହରୀ ଅବଧି ବଢ଼ିବ ବୋଲି ପାଣିପାଗ ବିଭାଗ ସତର୍କ କରାଇଛି।

ଏହାର ପ୍ରତିଫଳନ ଏବେଠାରୁ ଦିଶିଲାଣି। ମାର୍ଚ୍ଚ ମାସ ଆରମ୍ଭ ହେଉ ହେଉ ତାତି ୩୮ ଡିଗ୍ରୀ ଟପି ସାରିଲାଣି। ଶନିବାର ୧୧ ସହରରେ ତାପମାତ୍ରା ୩୭ ଡିଗ୍ରୀ ବା ଏହାଠାରୁ ଅଧିକ ରହିଛି। ଝାରସୁଗୁଡ଼ାରେ ୩୮.୨, ବଲାଙ୍ଗୀରରେ ୩୮, ସୋନପୁରରେ ୩୭.୭, ଅନୁଗୁଳରେ ୩୭.୭, ସମ୍ବଲପୁରରେ ୩୭.୬, ସୁନ୍ଦରଗଡ଼ରେ ୩୭.୫, ଭବାନୀପାଟଣାରେ ୩୭.୨, ହୀରାକୁଦରେ ୩୭.୧, ବୌଦ୍ଧରେ ୩୭ ଓ ବାରିପଦାରେ ୩୭ ଡିଗ୍ରୀ ରେକର୍ଡ ହୋଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର