Masthead

ଆଜି ‘ସୁଭଦ୍ରା’ର ପଞ୍ଚମ କିସ୍ତି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ‘ସୁଭଦ୍ରା’ ଯୋଜନାରେ ଆସିବ ପ୍ରଥମ କିସ୍ତିର ପଞ୍ଚମ ପର୍ଯ୍ୟାୟ ସୁଭଦ୍ରା ଟଙ୍କା। ୨ ଲକ୍ଷ ୩୦ ହଜାରରୁ ଅଧିକ ହିତାଧିକାରୀ ପାଇବେ । ଦିନ ୧୨ଟାରେ ଯୋଗ୍ୟ ହିତାଧିକାରୀ ଖାତାକୁ ଯିବ ‘ସୁଭଦ୍ରା’ ଟଙ୍କା। କୋଟିଏ ପାର କରିବ ସୁଭଦ୍ରା ହିତାଧିକାରୀଙ୍କ ସଂଖ୍ୟା। ଆଉ ଦିନକ ପରେ ଅର୍ଥାତ ମାର୍ଚ୍ଚ ୮ ତାରିଖରେ ଆନ୍ତର୍ଜାତୀୟ ମହିଳା ଦିବସରେ ମିଳିବ ସୁଭଦ୍ରାର ଦ୍ୱିତୀୟ କିସ୍ତି ଟଙ୍କା । ସେହିପରି ମାର୍ଚ୍ଚ ୩୧ ତାରିଖ ଯାଏ ସୁଭଦ୍ର ଆବେଦନ ପ୍ରକ୍ରିୟା ଚାଲିବ ।

ପୂର୍ବରୁ ପ୍ରଥମ କିସ୍ତିର ଚାରିଟି ପର୍ଯ୍ୟାୟରେ ୯୮ ଲକ୍ଷ ୩୦ ହଜାରରୁ ଅଧିକ ମହିଳା ସୁଭଦ୍ରା ସହାୟତା ପାଇଥିଲେ । ପଞ୍ଚମ ପର୍ଯ୍ୟାୟରେ ଆଜି କୋଟିଏରୁ ଅଧିକ ମହିଳା ହିତାଧିକାରୀଙ୍କୁ ଟଙ୍କା ଦିଆହେବ । ଦିନକ ପରେ ପୁଣି ସୁଭଦ୍ରାର ଦ୍ୱିତୀୟ କିସ୍ତି ପାଇବେ କୋଟିଏରୁ ଅଧିକ ମହିଳା । ଅର୍ଥାତ୍ ଆଜି ଓ ଆସନ୍ତା ଶୁକ୍ରବାର ପୁଣି ସୁଭଦ୍ରା ଟଙ୍କା ମିଳିବ । ମାତ୍ର ତିନି ଦିନରେ ମହିଳା ହିତାଧିକାରୀ ପାଇବେ ୧୦ ହଜାର ଟଙ୍କା ।

ଯେଉଁମାନଙ୍କୁ ସୁଭଦ୍ରା ଟଙ୍କା ଆଦୌ ମିଳିନାହିଁ କିମ୍ୱା ଆବେଦନ କରିନାହାନ୍ତି, ସେମାନେ ବ୍ୟସ୍ତ ନହେବାକୁ ପରାମର୍ଶ ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଚଳିତ ଥର ମାର୍ଚ୍ଚ ୩୧ ରହିଛି ସୁଭଦ୍ରା ଆବେଦନର ଶେଷ ତାରିଖ । ଏହି ସମୟ ଭିତରେ ଆବେଦନ କଲେ ରକ୍ଷା ବନ୍ଧନ ବେଳକୁ ଏକାଥରେ ହିତାଧିକାରୀ ପାଇବେ ସୁଭଦ୍ରାର ତିନୋଟି କିସ୍ତି । ଅନ୍ୟପଟେ ମାର୍ଚ୍ଚ ୩୧ ପରେ ସୁଭଦ୍ରା ଆବେଦନ ବନ୍ଦ ହେବ ଓ ସରକାର ଘରକୁ ଘର ବୁଲି ସୁଭଦ୍ରାରୁ ବଞ୍ଚିତ ହିତାଧିକାରୀଙ୍କ ସର୍ଭେ କରିବେ ବୋଲି ସୂଚନା ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ