Masthead

‘ବୁଝାମଣା ନୁହେଁ ଜବାବ୍ ଦିଅ’

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ପହଲଗାମ୍ ଆତଙ୍କବାଦୀ ଆକ୍ରମଣ ପରେ ପାକିସ୍ତାନ ଓ ଆତଙ୍କବାଦ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ନେବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଅନୁରୋଧ କରିଛନ୍ତି ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ । ବର୍ତ୍ତମାନ ଆପୋଷ ବୁଝାମଣାର ସମୟ ନୁହେଁ, ବରଂ ଆତଙ୍କବାଦୀଙ୍କୁ ଉଚିତ ଜବାବ ଦେବାର ସମୟ ବୋଲି କହିଛନ୍ତି । ପାକିସ୍ତାନକୁ ଦୁଇ ଭାଗ କରି ପିଓକେକୁ ଭାରତରେ ମିଶାଇ ଦେବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ କହିଛନ୍ତି ରେବନ୍ତ ରେଡ୍ଡୀ ।

ସେ କହିଛନ୍ତି ଦେଶର ପ୍ରଧାନମନ୍ତ୍ରୀଙ୍କୁ ମୋର କେବଳ ଗୋଟିଏ ଅନୁରୋଧ, ଆମେ ଏକାଠି ହୋଇ ଦେଶବାସୀଙ୍କ ଉପରେ ଆକ୍ରମଣ କରିଥିବା ଆତଙ୍କବାଦୀଙ୍କୁ ଉଚିତ୍ ଜବାବ ଦେବା । ଆତଙ୍କୀଙ୍କ ବିରୋଧରେ ଲଢିବା ପାଇଁ ସମସ୍ତ ପ୍ରକାର ସହାୟତା ଯୋଗାଇ ଦେବାକୁ ପ୍ରସ୍ତୁତ । ଏବେ ବୁଝାମଣା ନୁହେଁ ମୁହଁତୋଡ ଜବାବ ଦେବାର ସମୟ ଆସିଛି । ପାକିସ୍ତାନକୁ ଦୁଇ ଭାଗ କରି ପିଓକେକୁ ଭାରତରେ ମିଶାଇ ଦେବାକୁ ପ୍ରଧାନମନ୍ତ୍ରୀଙ୍କୁ ଅପିଲ୍ କରୁଛି ବୋଲି କହିଛନ୍ତି ରେବନ୍ତ ।

ପହଲଗାମ ଆତଙ୍କୀ ଆକ୍ରମଣରେ ଦେଶରେ କ୍ରୋଧର ନିଆଁ ଜଳୁଛି । ଆତଙ୍କୀଙ୍କୁ କଡ଼ା ଜବାବ ଦେବାକୁ ପ୍ରସ୍ତୁତି ଆରମ୍ଭ କରିଛି ଭାରତ । ପହଲଗାମ ହମଲାରେ ଯାଇଥିବା ୨୭ ନିରୀହ ଜୀବନର ପ୍ରତିଶୋଧ ନେବାକୁ ଦାବି ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା