‘ବୁଝାମଣା ନୁହେଁ ଜବାବ୍ ଦିଅ’

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ପହଲଗାମ୍ ଆତଙ୍କବାଦୀ ଆକ୍ରମଣ ପରେ ପାକିସ୍ତାନ ଓ ଆତଙ୍କବାଦ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ନେବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଅନୁରୋଧ କରିଛନ୍ତି ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ । ବର୍ତ୍ତମାନ ଆପୋଷ ବୁଝାମଣାର ସମୟ ନୁହେଁ, ବରଂ ଆତଙ୍କବାଦୀଙ୍କୁ ଉଚିତ ଜବାବ ଦେବାର ସମୟ ବୋଲି କହିଛନ୍ତି । ପାକିସ୍ତାନକୁ ଦୁଇ ଭାଗ କରି ପିଓକେକୁ ଭାରତରେ ମିଶାଇ ଦେବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ କହିଛନ୍ତି ରେବନ୍ତ ରେଡ୍ଡୀ ।

ସେ କହିଛନ୍ତି ଦେଶର ପ୍ରଧାନମନ୍ତ୍ରୀଙ୍କୁ ମୋର କେବଳ ଗୋଟିଏ ଅନୁରୋଧ, ଆମେ ଏକାଠି ହୋଇ ଦେଶବାସୀଙ୍କ ଉପରେ ଆକ୍ରମଣ କରିଥିବା ଆତଙ୍କବାଦୀଙ୍କୁ ଉଚିତ୍ ଜବାବ ଦେବା । ଆତଙ୍କୀଙ୍କ ବିରୋଧରେ ଲଢିବା ପାଇଁ ସମସ୍ତ ପ୍ରକାର ସହାୟତା ଯୋଗାଇ ଦେବାକୁ ପ୍ରସ୍ତୁତ । ଏବେ ବୁଝାମଣା ନୁହେଁ ମୁହଁତୋଡ ଜବାବ ଦେବାର ସମୟ ଆସିଛି । ପାକିସ୍ତାନକୁ ଦୁଇ ଭାଗ କରି ପିଓକେକୁ ଭାରତରେ ମିଶାଇ ଦେବାକୁ ପ୍ରଧାନମନ୍ତ୍ରୀଙ୍କୁ ଅପିଲ୍ କରୁଛି ବୋଲି କହିଛନ୍ତି ରେବନ୍ତ ।

ପହଲଗାମ ଆତଙ୍କୀ ଆକ୍ରମଣରେ ଦେଶରେ କ୍ରୋଧର ନିଆଁ ଜଳୁଛି । ଆତଙ୍କୀଙ୍କୁ କଡ଼ା ଜବାବ ଦେବାକୁ ପ୍ରସ୍ତୁତି ଆରମ୍ଭ କରିଛି ଭାରତ । ପହଲଗାମ ହମଲାରେ ଯାଇଥିବା ୨୭ ନିରୀହ ଜୀବନର ପ୍ରତିଶୋଧ ନେବାକୁ ଦାବି ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ