Masthead

ସ୍ୱାମୀ ସାଜିଲା ସୈତାନ

ଚାନ୍ଦବାଲି (ବଡ଼ ଖବର ବ୍ୟୁରୋ): ସ୍ୱାମୀ ସାଜିଲା ସୈତାନ । ସ୍ତ୍ରୀକୁ କଟୁରୀରେ କଲା ମରଣାନ୍ତକ ଆକ୍ରମଣ । ଘରୋଇ ଅର୍ଥ ଲଗାଣ କାରି ସଂସ୍ଥାରୁ ସ୍ତ୍ରୀ ଅର୍ଥ ନଆଣିବାରୁ ସ୍ତ୍ରୀକୁ କଟୁରୀରେ କଲା ଆକ୍ରମଣ । ସ୍ତ୍ରୀକୁ ରକ୍ତ ଜୁଡୁବୁଡୁ ଅବସ୍ଥାରେ ପ୍ରଥମେ ତିହିଡି ପରେ ଭଦ୍ରକ ମୁଖ୍ୟ ଚିକିତ୍ସାଳୟ ସ୍ଥାନାନ୍ତର କରାଯାଇଛି। ଏମିତି ଏକ ହୃଦୟ ବିଦାରକ ଘଟଣା ଦେଖିବାକୁ ମିଳିଛି ଘଣ୍ଟେଶ୍ୱର ଫାଣ୍ଡି ଅଧିନ ବଜାରପୁର ପଂଚାୟତ ବାଲିଆପାଳ ଗ୍ରାମରେ।

ସୂଚନା ମୁତାବକ ଖଗେଶ୍ୱର ନାଉରି ସ୍ତ୍ରୀ ପବିତ୍ରା ନାଉରିକୁ ଦୀର୍ଘ ବର୍ଷ ହେବ ମାନସିକ ଏବଂ ଶାରୀରିକ ଯନ୍ତ୍ରଣା ଦେଇ ଆସୁଥିଲେ । ଏ ନେଇ ଅନେକ ଥର ଭଦ୍ର ଲୋକଙ୍କ ମାଧ୍ୟମରେ ସମାଧାନ କରାଯାଇ ଥିଲା। ଆଜି ସକାଳ ସମୟରେ କୌଣସି କାରଣକୁ ନେଇ ସ୍ୱାମୀ ସ୍ତ୍ରୀଙ୍କ ମଧ୍ୟରେ ବଚସା ହୋଇଥିଲା । ସ୍ୱାମୀ ଖଗେଶ୍ୱର ଉତ୍ତ୍ୟକ୍ତ ହୋଇ ସ୍ତ୍ରୀ ପବିତ୍ରାକୁ ଏକ କଟୁରୀ ସାହାଯ୍ୟ ରେ ମୁଣ୍ଡ, ବେକ ଏବଂ ହାତକୁ ଆକ୍ରମଣ କରିଥିଲେ।

ଖବର ପାଇ ଗ୍ରାମବାସୀ ପହଂଚି ଯିବାରୁ ସ୍ୱାମି ଖଗେଶ୍ୱର କଟୁରୀ ଧରି ଗ୍ରାମବାସୀମାନଙ୍କୁ ଆକ୍ରମଣ କରିବାକୁ ଧମକ ଦେଇ ଦୌଡ଼ି ପଳାଇ ଯାଇଥିଲା। ସ୍ତ୍ରୀ କୁ ରକ୍ତ ଜୁଡୁବୁଡୁ ଅବସ୍ଥା ଗ୍ରାମବାସୀ ୧୦୮ ଆମ୍ବୁଲାନ୍ସ ଯୋଗେ ପ୍ରଥମେ ତିହିଡି ପରେ ଭଦ୍ରକ ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରା ଯାଇଥିବା ନେଇ ସୂଚନା ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!