Masthead

ଆସୁଛି କରୋନାର ୨ୟ ଲହରୀ

ପୁରୁଷୋତ୍ତମପୁର, (ବଡ଼ ଖବର ବ୍ୟୁରୋ): ପୁରୁଷୋତ୍ତମପୁର ବ୍ଲକର ବିଭିନ୍ନ ଉନ୍ନୟନମୂଳକ କାର୍ୟ୍ୟର ସମୀକ୍ଷା କରିଛନ୍ତି ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେ । ପଞ୍ଚାୟତ ସମିତି ସଭାଗୃହରେ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ବୈଠକ ଅନୁଷ୍ଠିତ ହୋଇଥିଲା। କୋଭିଡ୍ ଦ୍ୱିତୀୟ ପର୍ଯ୍ୟାୟକୁ କିଭଳି ରୋକାଯିବ, ନରେଗା ଯୋଜନାରେ ଲୋକମାନଙ୍କ ଭାଗୀଦାରିତା ଓ ଗୋ-ସମ୍ପଦର ସୁରକ୍ଷା ସମ୍ପର୍କରେ ବୈଠକରେ ଆଲୋଚନା ହୋଇଥିଲା ।

ପଞ୍ଚାୟତସ୍ତରରେ ସ୍ୱୟଂ ସହାୟକ ଗୋଷ୍ଠୀକୁ ନେଇ ସ୍ୱତନ୍ତ୍ର ବୈଠକ କରି ସମସ୍ତ ସୂଚନା ଦେବା ପାଇଁ ଏସଡିପିଓଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ। ବିଦ୍ୟାଳୟ, ଅଙ୍ଗନୱାଡ଼ି କେନ୍ଦ୍ରଗୁଡିକର ପରିଷ୍କାର ସମ୍ପର୍କରେ ବୈଠକରେ ଆଲୋଚନା କରାଯାଇଥିଲା । ଜିଲ୍ଲାପାଳ ବିଜୟ କୁଲାଙ୍ଗେ, ଉପଜିଲ୍ଲାପାଳ ପ୍ରିୟରଞ୍ଜନ ପୃଷ୍ଟି, ଖଳ୍ଲିକୋଟ ବିଧାୟକ ସୂର୍ଯ୍ୟମଣି ବୈଦ୍ୟ, କବିସୂର୍ଯ୍ୟନଗର ବିଧାୟିକା ଲତିକା ପ୍ରଧାନ, ଜିଲ୍ଲାପରିଷଦ ଉପାଧ୍ୟକ୍ଷ ସେହ୍ନଲତା ପଣ୍ଡା, ବ୍ଲକ ଅଧ୍ୟକ୍ଷ ସୂର୍ଯ୍ୟନାରାୟଣ ପଣ୍ଡା, ବିଡିଓ ବିଜୟ ସାହୁ, ତହସିଲଦାର ଜନ୍ମେଞ୍ଜୟ ସାହୁ ପ୍ରମୁଖ ବୈଠକରେ ଯୋଗଦେଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ