Masthead

ଗୋମାଂସ ଜବତ: ୪ ଅଟକ

କୋଟଗଡ଼, (ବଡ଼ ଖବର ବ୍ୟୁରୋ): କନ୍ଧମାଳ ଜିଲ୍ଲା କୋଟଗଡ଼ ବ୍ଲକ ମାଦାଙ୍ଗୀ ଗ୍ରାମ ବିଦ୍ୟାଳୟ ନିକଟରୁ ଗୋମାଂସ ଜବତ। ପୋଲିସ ଏହି ମାମଲାରେ ଚାରି ଜଣଙ୍କୁ ଅଟକ ରଖିଛି। ଆଜି ସକାଳ ୧୦ଟାରେ ଗୋମାଂସ ରନ୍ଧା ହେଉଥିବା ଖବର ପ୍ରଘଟ ହେବା ପରେ ସ୍ଥାନୀୟ ବଜରଙ୍ଗ ଦଳ ସଦସ୍ୟମାନେ ସେଠାରେ ପହଞ୍ଚି ଅଭିଯୁକ୍ତମାନଙ୍କୁ ଅଟକ ରଖି ପୋଲିସକୁ ଖବର ଦେଇଥିଲେ। ପୋଲିସ ପହଞ୍ଚି ଗୋମାଂସକୁ ପୋତିଦେଇଥିଲେ। ଘଟଣାରେ ସମ୍ପୃକ୍ତ ଚାରି ଅଭିଯୁକ୍ତଙ୍କୁ ଅଟକ ରଖିଛି ପୋଲିସ। ବଜରଙ୍ଗ ଦଳ ଓ ପୋଲିସ କହିବାନୁସାରେ କିଛି ଲୋକ ଗୋମାଂସ ରାନ୍ଧୁଥିବାବେଳେ କିଛି ମାଂସକୁ ଗଛରେ ଝୁଲାଇ ରଖିଥିବା ଦେଖିବାକୁ ମିଳିଥିଲା। ଅଟକ ଅଭିଯୁକ୍ତମାନେ ଅନୁଗୁଳର ବୋଲି ଜଣାପଡ଼ିଛି। ସେମାନେ ଦୀର୍ଘଦିନ ହେବ ମାଦାଙ୍ଗୀରେ ରହି କାମ କରୁଥିଲେ। ଅନ୍ୟପଟେ ମୁଖ୍ୟ ଅଭିଯୁକ୍ତଙ୍କୁ ଧରିବା ସହ ଏଭଳି କାର୍ୟ୍ୟକୁ ପ୍ରଶ୍ରୟ ନ ଦେବାକୁ ଦାବି କରିଛି କୋଟଗଡ଼ ବଜରଙ୍ଗ ଦଳ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ