Masthead

୪୮ ଘଣ୍ଟାରେ ଭାରତ ଛାଡ଼ିଲେଣି ୫୩୭ ପାକିସ୍ତାନୀ ନାଗରିକ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ପହଲଗାମ୍‌ ଆକ୍ରମଣ ପରେ ପାକିସ୍ତାନୀମାନଙ୍କୁ ଭାରତ ଛାଡ଼ି ଚାଲିଯିବା ପାଇଁ ନିର୍ଦ୍ଦେଶନାମା ଜାରି ହୋଇଥିଲା। ତଦନୁଯାୟୀ ୨୪ରୁ ଅଦ୍ୟାବଧି ଅଟ୍ଟାରୀ-ଓ୍ବାଘା ସୀମା ଦେଇ ୫୩୭ ପାକିସ୍ତାନୀ ନାଗରିକ ଭାରତ ଛାଡ଼ିଛନ୍ତି। ସେମାନଙ୍କ ମଧ୍ୟରେ ୯ ଜଣ କୂଟନୀତିଜ୍ଞ ରହିଛନ୍ତି। ମା’ଙ୍କୁ ଛାଡ଼ି ପିଲାଙ୍କୁ ପାକିସ୍ତାନ ଫେରିଯିବାକୁ ହେଉଥିବାରୁ ସୀମାରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ଆକ୍ରମଣକୁ ନେଇ ଦୁଇ ଦେଶ ମଧ୍ୟରେ ଉତ୍ତେଜନା ଦେଖାଦେଇଥିବାବେଳେ ଭାରତରେ ରହିଥିବା ପାକିସ୍ତାନୀଙ୍କ ଭିଜା ରଦ୍ଦ କରାଯାଇଥିଲା। ସାର୍କ ଭିଜାଧାରୀଙ୍କ ପାଇଁ ସମୟସୀମା ଏପ୍ରିଲ ୨୬ ରଖାଯାଇଥିଲାବେଳେ ମେଡିକାଲ ଭିଜାଧାରୀଙ୍କ ପାଇଁ ଏହା ଏପ୍ରିଲ ୨୯ ରହିଛି।

୧୨ ପ୍ରକାରର ସ୍ବଳ୍ପମିଆଦୀ ଭିଜାଧାରୀଙ୍କୁ ରବିବାର ସୁଦ୍ଧା ଦେଶ ଛାଡ଼ିବା ପାଇଁ ନିର୍ଦ୍ଦେଶ ଦିଆଯାଇଥିବାବେଳେ ଏହା ପରେ ଯେଉଁମାନେ ରହିବେ, ସେମାନଙ୍କ ବିରୋଧରେ ଆଇନଗତ କାର୍ୟ୍ୟାନୁଷ୍ଠାନ ଗ୍ରହଣ କରାଯିବ। ତେବେ ଯେଉଁମାନେ ଦୀର୍ଘମିଆଦୀ ବା କୂଟନୈତିକ ଭିଜା ପାଇଛନ୍ତି, ସେମାନଙ୍କୁ ‘ଭାରତ ଛାଡ଼’ ନିର୍ଦ୍ଦେଶନାମାରୁ ବାଦ୍‌ ଦିଆଯାଇଛି। ତଦନୁଯାୟୀ ଅଟ୍ଟାରୀ-ଓ୍ବାଘା ସୀମା ଦେଇ ୨୫ ତାରିଖରେ ୧୯୧ ଜଣ ଏବଂ ୨୬ରେ ୮୧ ଜଣ ପାକିସ୍ତାନୀ ଭାରତ ଛାଡ଼ିଛନ୍ତି। ସେହିପରି ବର୍ତ୍ତମାନ ସୁଦ୍ଧା ପାକିସ୍ତାନରୁ ୧୪ ଜଣ କୂଟନୀତିଜ୍ଞ ଓ ଅଫିସରଙ୍କ ସମେତ ୮୫୦ ଜଣ ଭାରତୀୟ ଅନ୍ତର୍ଜାତୀୟ ସୀମା ଦେଇ ପାକିସ୍ତାନରୁ ପଳାଇଆସିଲେଣି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା