Masthead

ଆଜିଠୁ ଚାପ ଖେଳିବେ ମହାପ୍ରଭୁ

ପୁରୀ (ବଡ଼ ଖବର ବ୍ୟୁରୋ): ଆଜି ପବିତ୍ର ଅକ୍ଷୟ ତୃତୀୟା। ବିଧି ପରମ୍ପରା ଅନୁଯାୟୀ ଆଜି ରଥନିର୍ମାଣ କାର୍ଯ୍ୟର ଶୁଭ ଅନୁକୂଳ ହେବ। ମଧ୍ୟାହ୍ନଧୂପ ପରେ ଶ୍ରୀମନ୍ଦିରରୁ ତିନି ଠାକୁରଙ୍କ ତିନି ଆଜ୍ଞାମାଳ ଆସିବା ପରେ ବନଜାଗ ବିଧିରେ ରଥନିର୍ମାଣ କାର୍ଯ୍ୟ ଅନୁକୂଳ ହେବ। ଦେଉଳ ପୁରୋହିତ, ଶ୍ରୀନଅର ରାଜଗୁରୁ, ଶୋସ୍ତ୍ରୀୟ ବ୍ରାହ୍ମଣମାନେ ସ୍ବତନ୍ତ୍ର ଭାବେ ନିର୍ମିତ ଯଜ୍ଞଶାଳାରେ ଯଜ୍ଞ କରିବେ। ବନଜାଗର ଇଷ୍ଟଦେବ ପ୍ରଭୁ ନୃସିଂହଙ୍କୁ ନୃସିଂହଙ୍କ ମନ୍ତ୍ରରେ ପୂଜାପାଠ ସହ ଯଜ୍ଞ ଆହୁତି ଦିଆଯିବ।

ପୂର୍ବରୁ ସ୍ୱତନ୍ତ୍ର ବିଧି ଅନୁସାରେ ମା’ ଦକ୍ଷିଣକାଳୀଙ୍କ ମନ୍ତ୍ରରେ ଅଭିମନ୍ତ୍ରିତ ସୁନାର ତିନିଟି ଛୋଟ କୁରାଢ଼ୀରେ ପ୍ରଥମେ ଦେଉଳ ପୁରୋହିତ ତିନିରଥ କାଠକୁ ସ୍ପର୍ଶ କରିବା ପରେ ବିଶ୍ୱକର୍ମାମାନେ ରଥ ନିର୍ମାଣ କାମରେ ନିୟୋଜିତ ହେବେ। ଆଜି ରଥନିର୍ମାଣର ମୁଖ୍ୟ ବିଶ୍ୱକର୍ମା, ମୁଖ୍ୟ ଭୋଇ ସେବକ, ଚିତ୍ରକର, ରୂପକାର, କମାର ସମୁଦାୟ ଦଶ ମହାରଣାଙ୍କ ମୁଣ୍ଡରେ ଶାଢ଼ି ବନ୍ଧା ଓ ଅନ୍ୟାନ୍ୟ ନୀତି ସମ୍ପନ୍ନ ହେବ।

ସେପଟେ ଆଜିଠାରୁ ଶ୍ରୀମନ୍ଦିରରେ ୪୨ ଦିନିଆ ଚନ୍ଦନ ଯାତ୍ରା ଆରମ୍ଭହେବ ପ୍ରଥମେ ୨୧ଦିନିଆ ବାହାର ଚନ୍ଦନ ଯାତ୍ରା ନରେନ୍ଦ୍ର ପୁଷ୍କରିଣୀରେ ଅନୁଷ୍ଠିତ ହେବ। ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ମଦନମୋହନ, ଭୁଦେବି, ଶ୍ରୀଦେବୀ, ରାମକୃଷ୍ଣ ଓ ପଞ୍ଚ ମହାଦେବ ନନ୍ଦା ଭଦ୍ରା ଚାପରେ କରିବେ ଜଳକ୍ରୀଡା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଟେଲିଗ୍ରାମ ଉପରେ ସରକାରୀ ବ୍ୟାନ ବଜାୟ ରଖିଲେ ହାଇକୋର୍ଟ 🔴 ବାବୁଙ୍କ ଘରୁ ମିଳିଲାଣି ଅଧାକିଲୋ ସୁନା 🔴 ପୁଣି ରାଜନୀତିକୁ ନେଇ ମନ୍ତବ୍ୟ ଦେଲେ ପାଣ୍ଡିଆନ 🔴 ଆଜି ଆସୁଛନ୍ତି ରାଷ୍ଟ୍ରପତି 🔴 ସମ୍ବଲପୁରରେ ଶୀତଳଷଷ୍ଠୀର ଧୁମ୍ 🔴 ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 🔴 ଅନୁଗୁଳରେ ଡବଲ ଏନକାଉଣ୍ଟର 🔴 ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳ ଛେଚିବ 🔴 ୪୦୨ରନ୍ ଭାରତକୁ ବିଜୟ ଦେଇପାରେ 🔴 ପାଠ୍ୟପୁସ୍ତକ ପ୍ରସ୍ତୁତି କର୍ତ୍ତା ଓଡ଼ିଶା ଓ ଓଡ଼ିଆ ବୁଝନ୍ତି ତ? 🔴 ଟେଲିଗ୍ରାମ ଉପରେ ସରକାରୀ ବ୍ୟାନ ବଜାୟ ରଖିଲେ ହାଇକୋର୍ଟ 🔴 ବାବୁଙ୍କ ଘରୁ ମିଳିଲାଣି ଅଧାକିଲୋ ସୁନା 🔴 ପୁଣି ରାଜନୀତିକୁ ନେଇ ମନ୍ତବ୍ୟ ଦେଲେ ପାଣ୍ଡିଆନ 🔴 ଆଜି ଆସୁଛନ୍ତି ରାଷ୍ଟ୍ରପତି 🔴 ସମ୍ବଲପୁରରେ ଶୀତଳଷଷ୍ଠୀର ଧୁମ୍ 🔴 ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 🔴 ଅନୁଗୁଳରେ ଡବଲ ଏନକାଉଣ୍ଟର 🔴 ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳ ଛେଚିବ 🔴 ୪୦୨ରନ୍ ଭାରତକୁ ବିଜୟ ଦେଇପାରେ 🔴 ପାଠ୍ୟପୁସ୍ତକ ପ୍ରସ୍ତୁତି କର୍ତ୍ତା ଓଡ଼ିଶା ଓ ଓଡ଼ିଆ ବୁଝନ୍ତି ତ?