Masthead

ଭୟଙ୍କର ଅଗ୍ନିକାଣ୍ଡରେ ଚାଲିଗଲା ୧୪ ଜୀବନ

କୋଲକାତା(ବଡ଼ ଖବର ବ୍ୟୁରୋ): କୋଲକାତାରେ ଭୟଙ୍କର ଅଗ୍ନିକାଣ୍ଡ । ହୋଟେଲରେ ନିଆଁ ଲାଗି ୧୪ ଜଣଙ୍କ ମୃତ୍ୟୁ । କୋଲକାତାର ମେଛୁଆପତି ଅଞ୍ଚଳରେ ଅଗ୍ନିକାଣ୍ଡ ଘଟିଛି। ରାତିରେ ରିତୁରାତ ହୋଟେଲ ନିଆଁ ଲାଗିଛି । ୧୪ ଟି ମୃତଦେହ ଉଦ୍ଧାର କରାଯାଇଥିବା ବେଳେ ଗୁରୁତର ଅବସ୍ଥାରେ ଅନେକ ଲୋକଙ୍କୁ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରାଯାଇଛି । କୋଲକାତା ପୋଲିସ କମିଶନର ମନୋଜ କୁମାର ବର୍ମା ଅଗ୍ନିକାଣ୍ଡ ଘଟଣାରେ ପ୍ରତିକ୍ରିୟା ଦେଇଛନ୍ତି। କମିଶନର ମନୋଜ କୁମାର କହିଛନ୍ତି, ମଙ୍ଗଳବାର ରାତିରେ ଅଗ୍ନିକାଣ୍ଡ ଘଟିଥିଲା।

ଏପର୍ଯ୍ୟନ୍ତ ୧୪ ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଛି । ନିଆଁକୁ ନିୟନ୍ତ୍ରଣ କରାଯାଇଛି ଏବଂ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ନିଆଁ କିପରି ଲାଗିଲା ତାହା ଜାଣିବା ପାଇଁ ଅଧିକ ତଦନ୍ତ ଚାଲିଛି। ତଦନ୍ତ ପାଇଁ ଏକ ସ୍ୱତନ୍ତ୍ର ଦଳ ମଧ୍ୟ ଗଠନ କରାଯାଇଛି। ଅଗ୍ନିକାଣ୍ଡର କାରଣ ଏପର୍ଯ୍ୟନ୍ତ ଜଣାପଡି ନାହିଁ। କୋଲକାତା ହୋଟେଲରେ ନିଆଁ ଏତେ ଭୟଙ୍କର ଥିଲା ଯେ, ଲୋକମାନେ ଜୀବନ ବଞ୍ଚାଇବା ପାଇଁ କୋଠାରୁ ଡେଇଁ ପଡ଼ିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ