Masthead

ଆଜି ମ୍ୟାଟ୍ରିକ ରେଜଲ୍ଟ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆଜି ପ୍ରକାଶ ପାଇବ ମାଟ୍ରିକ୍ ପରୀକ୍ଷା ଫଳ। ଅପରାହ୍ମ ୪ଟାରେ ମାଧ୍ୟମିକ ବୋର୍ଡ ଅଫିସ୍ ରେ ପ୍ରକାଶ ପାଇବ। ସନ୍ଧ୍ୟା ୬ଟା ପରେ ପରୀକ୍ଷାଫଳ ୱେବ୍ ସାଇଟ୍ ରେ ଉପଲବ୍ଧ ହେବ। ସନ୍ଧ୍ୟା ୬ଟା ପରେ ଛାତ୍ରଛାତ୍ରୀ ମାନେ ବୋର୍ଡର ଅଫିସିଆଲ ୱେବସାଇଟ୍ www.bseodisha.ac.in ଏବଂ www.orissaresults.nic.in ରେ ନିଜ ନିଜର ପରୀକ୍ଷାଫଳ ଦେଖିପାରିବେ ।
ରୋଲ ନମ୍ବର ଏବଂ ଜନ୍ମ ତାରିଖ ବ୍ୟବହାର କରି ୱେବସାଇଟ୍‌ରେ ଫଳାଫଳ ଯାଞ୍ଚ କରିପାରିବେ ଛାତ୍ରଛାତ୍ରୀ ।

ଏହା ସହିତ, ଏସ୍‌ଏମ୍‌ଏସ୍ ମାଧ୍ୟମରେ ମଧ୍ୟ ରେଜଲ୍ଟ ଜାଣିବାର ସୁବିଧା ବୋର୍ଡ ପକ୍ଷରୁ ଉପଲବ୍ଧ କରାଯିବ । ଯେଉଁମାନେ ଫଳାଫଳ ନେଇ ଅସନ୍ତୁଷ୍ଟ ହେବେ, ସେମାନେ ପୁନଃ ମୂଲ୍ୟାୟନ କିମ୍ବା ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ ।ରାଜ୍ୟର ୩ ହଜାର ୨୯ଟି ପରୀକ୍ଷା କେନ୍ଦ୍ରରେ ଚଳିତ ଥର ୫ଲକ୍ଷରୁ ଉର୍ଦ୍ଧ୍ବ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ । ପ୍ରଶ୍ନପତ୍ର ଲିକ୍ ଓ କପି ରୋକିବାକୁ ବୋର୍ଡ ପକ୍ଷରୁ ପ୍ରଥମଥର ପାଇଁ ପ୍ରଶ୍ନପତ୍ରରେ ରହିଥଲା କ୍ୟୁଆର କୋର୍ଡ । ୬୦୦ ପରୀକ୍ଷା କେନ୍ଦ୍ରରେ ସିଧାସଳଖ ଲାଇଭ୍ ଷ୍ଟ୍ରିମିଂ ହୋଇଥିଲା । ସବୁ କେନ୍ଦ୍ରରେ ଲାଗିଥିଲା ସିସିଟିଭି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ