ଥାନା ଆଗରେ ଦୁର୍ବୃତ୍ତଙ୍କ ଆତଙ୍କ

ପୁରୀ (ବଡ଼ ଖବର ବ୍ୟୁରୋ): ଥାନା ନିକଟରେ ଦୁର୍ବୃତ୍ତଙ୍କ ଆତଙ୍କ। ଦୁର୍ବୃତ୍ତଙ୍କ ଆକ୍ରମଣରେ ଲହୁ ଲୁହାଣ ହେଲେ ଜଣେ ଦୋକାନୀ। ଆକ୍ରମଣ ସହିତ ଟଙ୍କା ମଧ୍ୟ ଛଡାଇ ନେଇଥିବା ନେଇ ଥାନାରେ ଅଭିଯୋଗ ହୋଇଛି । ଗତକାଲି ବିଳମ୍ବିତ ରାତିରେ ପୁରୀ ସଦର ଥାନା ନିକଟରେ ଘଟିଛି ଏଭଳି ଘଟଣା। ଆକ୍ରମଣର ଶିକାର ହୋଇଥିବା ଦୋକାନୀ ଜଣକ ହେଉଛନ୍ତି ବାଟ ଗାଁର ସୁନିଲ ନାୟକ। ଗତକାଲି ବିଳମ୍ବିତ ରାତିରେ ସୁନିଲ୍ ତାଙ୍କ ଦୋକାନରେ ଶୋଇଥିଲେ।

ଦୋକାନ ବନ୍ଦ ଥିବା ସମୟରେ ତିନି ଜଣ ଯୁବକ ତାଙ୍କ ଦୋକାନ ଭିତରେ ପଶି ତାଙ୍କୁ ମରଣାନ୍ତକ ଆକ୍ରମଣ କରିବା ସହ ତାଙ୍କଠାରୁ ୧୨ ହଜାର ୮ ଶହ ଟଙ୍କା ଛଡ଼ାଇ ନେଇଥିବା ଅଭିଯୋଗ ହୋଇଛି। ଏନେଇ ସଦର ଥାନାରେ ଅଭିଯୋଗ ହେବା ପରେ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି। ଥାନା ନିକଟରେ ଦୁର୍ବୃତ୍ତଙ୍କ ଏଭଳି ଆତଙ୍କରାଜକୁ ନେଇ ପୋଲିସର କାର୍ଯ୍ୟଶୈଳୀ ଉପରେ ସାଧାରଣରେ ପ୍ରଶ୍ନ ଉଠିଛି। ଥାନା ନିକଟରେ ଯଦି ସାଧାରଣ ଲୋକ ସୁରକ୍ଷିତ ନୁହନ୍ତି ତେବେ ପୁରୀକୁ ଆସୁଥିବା ପର୍ଯ୍ୟଟକ ଓ ସ୍ଥାନୀୟ ଲୋକେ ନିଜକୁ କେତେ ସୁରକ୍ଷିତ ମନେ କରିବେ ସେନେଇ ମଧ୍ୟ ପ୍ରଶ୍ନ ଉଠିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!