Masthead

ପ୍ରକାଶ ପାଇଲା ମାଟ୍ରିକ ରେଜଲ୍ଟ , ପାସ୍ ହାର ୯୪%

କଟକ (ବଡ଼ ଖବର ବ୍ୟୁରୋ): ପ୍ରକାଶ ପାଇଲା ମାଟ୍ରିକ ରେଜଲ୍ଟ । ମାଟ୍ରିକରେ ପାସ୍ ହାର ୯୪ ପ୍ରତିଶତ । ଚଳିତ ବର୍ଷ ପରୀକ୍ଷା ଦେଇଥିଲେ ୫ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ । ବୋର୍ଡ ଅଫିସରେ ଗଣ ଶିକ୍ଷାମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ଉପସ୍ଥିତିରେ ରେଜଲ୍ଟ ପ୍ରକାଶ ପାଇଛି । ରେଜଲ୍ଟ ପୁସ୍ତିକା ଉନ୍ମୋଚନ କଲେ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ସନ୍ଧ୍ୟା ୬ଟା ପରେ ଛାତ୍ରଛାତ୍ରୀ ମାନେ ବୋର୍ଡର ଅଫିସିଆଲ ୱେବସାଇଟ୍ www.bseodisha.ac.in ଏବଂ www.orissaresults.nic.in ରେ  ନିଜ ନିଜର ପରୀକ୍ଷାଫଳ ଦେଖିପାରିବେ ।

ରୋଲ ନମ୍ବର ଏବଂ ଜନ୍ମ ତାରିଖ ବ୍ୟବହାର କରି ୱେବସାଇଟ୍‌ରେ ଫଳାଫଳ ଯାଞ୍ଚ କରିପାରିବେ ଛାତ୍ରଛାତ୍ରୀ । ଏହା ସହିତ, ଏସ୍‌ଏମ୍‌ଏସ୍ ମାଧ୍ୟମରେ ମଧ୍ୟ ରେଜଲ୍ଟ ଜାଣିବାର ସୁବିଧା ବୋର୍ଡ ପକ୍ଷରୁ ଉପଲବ୍ଧ କରାଯିବ। ଯେଉଁମାନେ ଫଳାଫଳ ନେଇ ଅସନ୍ତୁଷ୍ଟ ହେବେ, ସେମାନେ ପୁନଃ ମୂଲ୍ୟାୟନ କିମ୍ବା ପୁନଃଯାଞ୍ଚ ପାଇଁ ଆବେଦନ କରିପାରିବେ । ରାଜ୍ୟର ୩ ହଜାର ୨୯ଟି ପରୀକ୍ଷା କେନ୍ଦ୍ରରେ ଚଳିତ ଥର ୫ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ । ପ୍ରଶ୍ନପତ୍ର ଲିକ୍ ଓ କପି ରୋକିବାକୁ ବୋର୍ଡ ପକ୍ଷରୁ ପ୍ରଥମଥର ପାଇଁ ପ୍ରଶ୍ନପତ୍ରରେ ରହିଥଲା କ୍ୟୁଆର କୋର୍ଡ । ୬୦୦ ପରୀକ୍ଷା କେନ୍ଦ୍ରରେ ସିଧାସଳଖ ଲାଇଭ୍ ଷ୍ଟ୍ରିମିଂ ହୋଇଥିଲା । ସବୁ କେନ୍ଦ୍ରରେ ଲାଗିଥିଲା ସିସିଟିଭି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ