Masthead

କାଳବୈଶାଖୀ ପ୍ରଭାବ; ୮ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆସନ୍ତା ୬ ତାରିଖ ଯାଏଁ ରାଜ୍ୟରେ କାଳବୈଶାଖୀ ସମ୍ଭାବନା । ଏନେଇ ସୂଚନା ଦେଇଛି ଭୁବନେଶ୍ୱରସ୍ଥିତ ପାଣିପାଗ କେନ୍ଦ୍ର। କାଳବୈଶାଖୀ ଅନେକ ଜିଲାରେ ତାଣ୍ଡବ ରଚିବା ନେଇ ସତର୍କ କରାଇଛି ପାଣିପାଗ ବିଭାଗ। ଆଜି ପାଇଁ ୮ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ କରାଯାଇଛି । କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଯାଜପୁରକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । କୁଆପଥର ବର୍ଷା ସହ ପବନର ବେଗ ୫୦ରୁ ୬୦ କିମି, ରହିବ ବୋଲି ଅନୁମାନ କରାଯାଉଛି ।

୨୨ ଜିଲ୍ଲାକୁ ପାଣିପାଗ କେନ୍ଦ୍ରର ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି ରାୟଗଡ଼ା, କୋରାପୁଟ, କନ୍ଧମାଳ, ଅନୁଗୋଳ, ନୟାଗଡ଼ ଓ ଢେଙ୍କାନାଳରେ ଘଡ଼ଘଡ଼ି ବର୍ଷା ସହ ପବନ ବହିବ। କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ପୁରୀ, ଖୋର୍ଦ୍ଧା, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, ନବରଙ୍ଗପୁର ଓ ମାଲକାନଗିରିରେ ଘଡ଼ଘଡ଼ି ବର୍ଷା ସହ ଧୂଳି ଝଡ଼ ହେବାର ସମ୍ଭାବନା ରହିଛି। ରାଜ୍ୟାରେ ୬ ତାରିଖ ପର୍ୟ୍ୟନ୍ତ ପ୍ରବଳ ବର୍ଷା ପବନର ସମ୍ଭାବନା ରହିଥିବା ପାଣିପାଗ କେନ୍ଦ୍ର କହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ