Masthead

କାଳବୈଶାଖୀ ପ୍ରଭାବ; ୮ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆସନ୍ତା ୬ ତାରିଖ ଯାଏଁ ରାଜ୍ୟରେ କାଳବୈଶାଖୀ ସମ୍ଭାବନା । ଏନେଇ ସୂଚନା ଦେଇଛି ଭୁବନେଶ୍ୱରସ୍ଥିତ ପାଣିପାଗ କେନ୍ଦ୍ର। କାଳବୈଶାଖୀ ଅନେକ ଜିଲାରେ ତାଣ୍ଡବ ରଚିବା ନେଇ ସତର୍କ କରାଇଛି ପାଣିପାଗ ବିଭାଗ। ଆଜି ପାଇଁ ୮ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ କରାଯାଇଛି । କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଯାଜପୁରକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । କୁଆପଥର ବର୍ଷା ସହ ପବନର ବେଗ ୫୦ରୁ ୬୦ କିମି, ରହିବ ବୋଲି ଅନୁମାନ କରାଯାଉଛି ।

୨୨ ଜିଲ୍ଲାକୁ ପାଣିପାଗ କେନ୍ଦ୍ରର ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି ରାୟଗଡ଼ା, କୋରାପୁଟ, କନ୍ଧମାଳ, ଅନୁଗୋଳ, ନୟାଗଡ଼ ଓ ଢେଙ୍କାନାଳରେ ଘଡ଼ଘଡ଼ି ବର୍ଷା ସହ ପବନ ବହିବ। କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ପୁରୀ, ଖୋର୍ଦ୍ଧା, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, ନବରଙ୍ଗପୁର ଓ ମାଲକାନଗିରିରେ ଘଡ଼ଘଡ଼ି ବର୍ଷା ସହ ଧୂଳି ଝଡ଼ ହେବାର ସମ୍ଭାବନା ରହିଛି। ରାଜ୍ୟାରେ ୬ ତାରିଖ ପର୍ୟ୍ୟନ୍ତ ପ୍ରବଳ ବର୍ଷା ପବନର ସମ୍ଭାବନା ରହିଥିବା ପାଣିପାଗ କେନ୍ଦ୍ର କହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଡ୍ରାଇଭର ଆନ୍ଦୋଳନ, ରାତି ସୁଦ୍ଧା ସମାଧାନ 🔴 ପୁଣି ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ 🔴 ବ୍ୟାପିଲା ଝାଡ଼ାବାନ୍ତି, ୬୦ ଆକ୍ରାନ୍ତ 🔴 ତୃତୀୟ ଦିନରେ ପହଞ୍ଚିଲା ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ 🔴 ପେଟ୍ରୋଲ ପମ୍ପରେ ତେଲ ସଙ୍କଟ! 🔴 ଆଜି ଦେଶବ୍ୟାପୀ ଶ୍ରମିକ ସଙ୍ଗଠନର ‘ଭାରତ ବନ୍ଦ’ ଡାକରା 🔴 ନୀଳକନ୍ଦରକୁ ବିଜେ କଲେ ନୀଳମଣି, ଆଜିଠୁ ଭକ୍ତଙ୍କୁ ମିଳିବ ନୀଳାଚଳ ଅବଢ଼ା 🔴 ଜନ୍ମବେଦୀରେ ସରିଲା ଲୀଳାଖେଳା, ନୀଳକନ୍ଦରକୁ ଫେରିବେ ନୀଳମଣି 🔴 ରାଜ୍ୟରେ ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ 🔴 ମନମୋହନ ରିପିଟ୍ 🔴 ଡ୍ରାଇଭର ଆନ୍ଦୋଳନ, ରାତି ସୁଦ୍ଧା ସମାଧାନ 🔴 ପୁଣି ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ 🔴 ବ୍ୟାପିଲା ଝାଡ଼ାବାନ୍ତି, ୬୦ ଆକ୍ରାନ୍ତ 🔴 ତୃତୀୟ ଦିନରେ ପହଞ୍ଚିଲା ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ 🔴 ପେଟ୍ରୋଲ ପମ୍ପରେ ତେଲ ସଙ୍କଟ! 🔴 ଆଜି ଦେଶବ୍ୟାପୀ ଶ୍ରମିକ ସଙ୍ଗଠନର ‘ଭାରତ ବନ୍ଦ’ ଡାକରା 🔴 ନୀଳକନ୍ଦରକୁ ବିଜେ କଲେ ନୀଳମଣି, ଆଜିଠୁ ଭକ୍ତଙ୍କୁ ମିଳିବ ନୀଳାଚଳ ଅବଢ଼ା 🔴 ଜନ୍ମବେଦୀରେ ସରିଲା ଲୀଳାଖେଳା, ନୀଳକନ୍ଦରକୁ ଫେରିବେ ନୀଳମଣି 🔴 ରାଜ୍ୟରେ ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ 🔴 ମନମୋହନ ରିପିଟ୍