Masthead

ଆହୁରି ୪ ଦିନ କାଳବୈଶାଖୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): କାଳବୈଶାଖୀ ପ୍ରକୋପ ଆହୁରି ୪ଦିନ ଯାଏ ରହିବ । ରାଜ୍ୟର ଅନେକ ସ୍ଥାନରେ ଆସନ୍ତା ୭ ତାରିଖ ପର୍ଯ୍ୟନ୍ତ ଘଡ଼ଘଡ଼ି ସହ ବର୍ଷା, ପବନ, କୁଆପଥର ମାଡ଼ ହେବାର ଆଶଙ୍କା ରହିଛି । ଏହାର ପ୍ରଭାବରେ ତାପମାତ୍ରା ବଢ଼ିବନି । ୮ ତାରିଖଠାରୁ ରାଜ୍ୟରେ ତାତି ବଢ଼ିବା ସମ୍ଭାବନା ଅଛି । ଆସନ୍ତା ୮ରୁ ୧୪ ତାରିଖ ଭିତରେ ପୁଣି ତାପମାତ୍ରା ୧ରୁ ୩ ଡିଗ୍ରୀ ସେଲସିୟସ୍‌ ବଢ଼ିପାରେ । ଅଳ୍ପ କେତେକ ସ୍ଥାନରେ ଗ୍ରୀଷ୍ମ ପ୍ରବାହ ଲେଉଟିପାରେ ।

ଆହୁରି କେତେକ ସ୍ଥାନରେ ବିଳମ୍ବିତ ରାତି ସୁଦ୍ଧା ବର୍ଷା, ପବନ ହୋଇପାରେ । ପାଣିପାଗ କେନ୍ଦ୍ରର ପୂର୍ବାନୁମାନ ଅନୁଯାୟୀ ରବିବାର ଅନେକ ସ୍ଥାନରେ ଅପରାହ୍ନ କିମ୍ବା ସନ୍ଧ୍ୟାରେ ବିଜୁଳି ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ମଧ୍ୟାହ୍ନରୁ ସନ୍ଧ୍ୟା ସମୟରେ ବିଜୁଳି ଘଡ଼ଘଡ଼ି ଓ କୁଆପଥର ସହ ପ୍ରବଳ ବର୍ଷା ଏବଂ ୫୦-୬୦ କିମି ବେଗରେ ପବନ ବୋହିବାର ଆଶଙ୍କା ଅଛି । ଏସବୁ ଜିଲ୍ଲା ପାଇଁ କମଳା ରଙ୍ଗର ଚେତାବନୀ ଜାରି କରାଯାଇଛି ।

ଯାଜପୁର, କେନ୍ଦ୍ରାପଡ଼ା, ଅନୁଗୁଳ, ଢେଙ୍କାନାଳ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ପ୍ରଭାବରେ ୫୦-୬୦ କିମି ବେଗରେ ପବନ, ବିଜୁଳି ଘଡ଼ଘଡ଼ି ହୋଇପାରେ । କଳାହାଣ୍ଡି, କନ୍ଧମାଳ, ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁରରେ ବିଜୁଳି, ଘଡ଼ଘଡ଼ି ସହ ୪୦-୫୦ କିମି ପବନ ଆଶଙ୍କା ଅଛି । ଜଗତସିଂହପୁର, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, କେନ୍ଦୁଝର, ଦେବଗଡ଼, ସୋନପୁର, ବୌଦ୍ଧ, ବଲାଙ୍ଗିର, ନୂଆପଡ଼ା ଜିଲ୍ଲାର ଗୋଟିଏ ଦୁଇଟି ଜାଗାରେ ୩୦-୪୦ କିମି ବେଗରେ ପବନ, ବିଜୁଳି ଘଡ଼ଘଡ଼ି ଆଶଙ୍କା ନେଇ ସତର୍କ କରାଯାଇଛି । ଆସନ୍ତା ୫, ୬, ୭ ତାରିଖରେ ମଧ୍ୟ କାଳବୈଶାଖୀ ପ୍ରକୋପ ରହିବାର ସମ୍ଭାବନା ଅଛି । ୮ ତାରିଖରୁ କାଳବୈଶାଖୀ ପ୍ରକୋପ କମିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ