Masthead

ମଧ୍ୟସ୍ଥତା ପ୍ରସ୍ତାବ ଦେଲେ ଡୋନାଲ୍ଡ ଟ୍ରମ୍ପ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ଭାରତ-ପାକିସ୍ତାନ ସ୍ଥିତିକୁ ନେଇ ଚିନ୍ତା ପ୍ରକଟ କଲା ଆମେରିକା । ପରସ୍ପରକୁ ଆକ୍ରମଣ ବନ୍ଦ କରିବାକୁ କହିଲେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ । ‘ଭାରତ-ପାକିସ୍ତାନ ଯେସାକୁ ତେସା ନୀତି ଆପଣାଇଛନ୍ତି’ । ଶାନ୍ତି ମାଧ୍ୟରେ ବିବାଦର ସମାଧାନ ପାଇଁ ଭାରତ-ପାକିସ୍ତାନକୁ ଅପିଲ । ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ପରିସ୍ଥିତି “ଅତ୍ୟନ୍ତ ଗମ୍ଭୀର” । ଆଶା କରୁଛୁ ଯେ ଦୁଇ ଦେଶ ମଧ୍ୟରେ ଖୁବଶୀଘ୍ର ଏକ ଶାନ୍ତିପୂର୍ଣ୍ଣ ସମାଧାନ ହେବା ଦରକାର। ପାକିସ୍ତାନ ଅଧିକୃତ କାଶ୍ମୀରରେ ୯ଟି ଆତଙ୍କବାଦୀ ଶିବିର ଉପରେ ଭାରତୀୟ ସେନା କ୍ଷେପଣାସ୍ତ୍ର ଆକ୍ରମଣ କରିବା ପରେ ରାଷ୍ଟ୍ରପତି ଟ୍ରମ୍ପଙ୍କ ଏହି ବୟାନ ଆସିଛି । ପାକିସ୍ତାନର ବାହାବଲପୁର ସମେତ ଜୈଶ-ଏ-ମହମ୍ମଦର ଆଡ୍ଡାସ୍ଥଳୀ ଥିବା ଅନେକ ଅଞ୍ଚଳରେ ଭାରତୀୟ ଆକ୍ରମଣ କରାଯାଇଥିଲା। ଏହି ଆକ୍ରମଣ ପହଲଗାମ ଆତଙ୍କବାଦୀ ଆକ୍ରମଣର ଜବାବ ଥିଲା। ଏହି ସମୟରେ, ଜାତିସଂଘର ମହାସଚିବ ଆଣ୍ଟୋନିଓ ଗୁଟେରେସ୍ ଭାରତ ଏବଂ ପାକିସ୍ତାନକୁ ସର୍ବାଧିକ ସାମରିକ ସଂଯମତା ଅବଲମ୍ବନ କରିବାକୁ ଅପିଲ୍ କରିଛନ୍ତି। ତାଙ୍କ ମୁଖପାତ୍ର କହିଛନ୍ତି ଯେ ବିଶ୍ୱ ଭାରତ-ପାକିସ୍ତାନ ମଧ୍ୟରେ ଏକ ସାମରିକ ସଂଘର୍ଷ ବେଶି ଦିନ ଚାଲିବା ଠିକ୍ ନୁହେଁ ।

ସେପଟେ ଅପରେସନ୍‌ ସିନ୍ଦୂରକୁ ନେଇ ବଡ଼ ବୟାନ ଦେଇଛନ୍ତି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ । ଭାରତ ଓ ପାକିସ୍ତାନ ମଧ୍ୟରେ ମଧ୍ୟସ୍ଥି କରିବାକୁ ଟ୍ରମ୍ପ ପ୍ରସ୍ତାବ ଦେଇଛନ୍ତି । ସେ କହିଛନ୍ତି ଉଭୟ ଭାରତ ଓ ପାକିସ୍ତାନ ସହ ତାଙ୍କ ସମ୍ପର୍କ ଭଲ । ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ବନ୍ଦ ହେଉ । ଦୁଇ ଦେଶ ଉତ୍ତେଜନା ନବଢାଇକୁ ପରାମର୍ଶ ଦେଇଛନ୍ତି ଟ୍ରମ୍ପ । ଯଦି ଏହି ପ୍ରସଙ୍ଗରେ ସେ କିଛି କରିପାରିବେ ତେବେ କରିବେ ବୋଲି କହିଛନ୍ତି ଆମେରିକା ରାଷ୍ଟ୍ରପତି । ଟ୍ରମ୍ପ ଏହା ମଧ୍ୟ କହିଛନ୍ତି ଯେ ତାଙ୍କର ଭାରତ ଓ ପାକିସ୍ତାନ ଉଭୟ ସହିତ ଭଲ ସମ୍ପର୍କ ରହିଛି । ଯଦି ସେ କୌଣସି ପ୍ରକାରେ ସାହାଯ୍ୟ କରିପାରିବେ, ତେବେ ସେ ତୁରନ୍ତ ତାହା କରିବାକୁ ପ୍ରସ୍ତୁତ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ