Masthead

ପୁରୀରେ ପୋଲିସ ଛାଉଣୀ

ପୁରୀ(ବଡ଼ ଖବର ବ୍ୟୁରୋ): ପୁରୀରେ ସୁରକ୍ଷାକର୍ମୀ, ଡଗ୍ ସ୍କାର୍ଡର ଛାନଭିନ୍ । ଭାରତ-ପାକିସ୍ତାନ ଭିତରେ ସୃଷ୍ଟି ହୋଇଥିବା ଉତ୍ତେଜନା ଏବେ ଉଗ୍ର ରୂପ ଧାରଣ କରିଛି। ଯୁଦ୍ଧ ଘୋଷଣା ହୋଇ ନଥିଲେ ବି ଉଭୟ ଦେଶ ମଧ୍ୟରେ ଆକ୍ରମଣ-ପ୍ରତିଆକ୍ରମଣ ଆରମ୍ଭ ହୋଇଛି । ଏଭଳି ପରିସ୍ଥିତିରେ ପୁରା ଦେଶରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡି କରାଯାଇଛି । ଏହିକ୍ରମରେ ପୁରୀ ମଧ୍ୟ ସୁରକ୍ଷା ବ୍ୟବସ୍ଥାକୁ ଜୋରଦାର କରାଯାଇଛି । ଶ୍ରୀମନ୍ଦିର ସୁରକ୍ଷା ଦୃଷ୍ଟିରୁ ପୋଲିସ ଫୋର୍ସ ମୁତୟନ କରାଯାଇଛି। ଏଥିସହିତ ମନ୍ଦିର ଚତୁଃପାର୍ଶ୍ବରେ ବୋମା ନିରୋଧି ଦଳ ତନତନ କରି ଯାଞ୍ଚ କରୁଛନ୍ତି।

ଡଗ୍ ସ୍କ୍ୱାର୍ଡ ମଧ୍ୟ ମୁତୟନ କରାଯାଇଛି। ଭାରତ-ପାକିସ୍ତାନ ମଧ୍ୟରେ ଲାଗି ରହିଥିବା ଉତ୍ତେଜନା ସ୍ଥିତି କାରଣରୁ ଦେଶର ବିଭିନ୍ନ ସ୍ଥାନରେ ହାଇଆଲର୍ଟ ଜାରି କରାଯିବା ସହ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରି ଦିଆଯାଇଛି। ପୁରୀରେ ଶ୍ରୀମନ୍ଦିର ସ୍ୱତନ୍ତ୍ର ବାହିନୀ ଶ୍ରୀମନ୍ଦିର ସୁରକ୍ଷାରେ ଲାଗିଛନ୍ତି। ପୋଲିସ ମୁତୟନ ହୋଇଥିବା ବେଳେ ସେମାନଙ୍କୁ ଟ୍ରେନିଂ ଦିଆଯାଇଛି। ଗୁରୁବାର ସାରା ରାତିରେ  ଚେକିଂ ଏବଂ ବ୍ଲକିଂ  ଜୋରଦାର କରାଯାଇଥିଲା। ସହରର ବିଭିନ୍ନ ହୋଟେଲ,ଲଜ୍, ଧର୍ମଶାଳ ଗୁଡ଼ିକରେ ମଧ୍ୟ ଯାଞ୍ଚ କରାଯାଇଛି। ହୋଟେଲ ରହୁଥିବା ଲୋକମାନଙ୍କର ପରିଚୟପତ୍ର ଯାଞ୍ଚ କରା

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ