Masthead

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ହାଣି ହତ୍ୟା

ବଣାଇ (ବଡ଼ ଖବର ବ୍ୟୁରୋ): ମହୁଲପଦା ଥାନାର ସାନଜଲ ଗ୍ରାମରରେ ପୂର୍ବ ଶତ୍ରୁତା କୁନେଇ ପଡୋଶୀକୁ ହାଣି ହତ୍ୟା । ଗ୍ରାମବାସୀଙ୍କ ଦ୍ଵାରା ଅଭିଯୁକ୍ତ ଅଟକ ।ସୁନ୍ଦରଗଡ଼ ଜିଲ୍ଲାର ମହୁଲପଦା ଥାନା ସାନଜଲ ଗ୍ରାମରେ ଗତକାଲି ବିଳମ୍ୱିତ ରାତିରେ ଘଟିଛି ଏକ ଅଭାବନୀୟ ଘଟଣା । ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ପଡୋଶୀର ଟାଙ୍ଗିଆ ଚୋଟରେ ଯାଇଛି ଜଣଙ୍କର ଜୀବନ । ସାନଜଲ ଗ୍ରାମର ଦୋଳ ଦେହୁରୀ ଓ ପଡୋଶୀ ଶୁକ ଦେହୁରୀଙ୍କ ମଧ୍ୟରେ ଦୀର୍ଘଦିନ ଧରି ତିକ୍ତତା ଲାଗି ରହିଥିଲା ।

ଗତରାତି ଏହା ଉଗ୍ର ରୂପ ନେଇଥିଲା । ପରିଣାମ ସ୍ୱରୂପ ଶୁକ ଦେହୁରୀ ଏକ ଟାଙ୍ଗିଆରେ ଦୋଳ ଦେହୁରୀକୁ ଆକ୍ରମଣ କରି ହତ୍ୟା କରିଥିଲା । ଘଟଣା ଜଣାପଡିବା ପରେ ଗ୍ରାମବାସୀ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ଅଭିଯୁକ୍ତ ଶୁକକୁ ଅଟକ ରଖି ପୋଲିସକୁ ଖବର ଦେଇଛନ୍ତି । ମହୁଲପଦା ପୋଲିସ ଏବେ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ପଠାଇବା ସହ ଅଭିଯୁକ୍ତକୁ ଅଟକ ରଖି ତଦନ୍ତ ଆରମ୍ଭ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ