Masthead

ଭୟଙ୍କର ସଡ଼କ ଦୁର୍ଘଟଣା, ୧୩ ଜଣଙ୍କର ମୃତ୍ୟୁ

ଛତିଶଗଡ (ବଡ଼ ଖବର ବ୍ୟୁରୋ): ଛତିଶଗଡ ରାୟପୁରରେ ଭୟଙ୍କର ସଡ଼କ ଦୁର୍ଘଟଣା ହୋଇଛି । ମିନି ଟ୍ରକ୍ ଓ ଟ୍ରେଲର ଧକ୍କା ହୋଇ ୧୩ ଜଣଙ୍କର ମୃତ୍ୟୁ ।  ୪ଜଣ ଶିଶୁ ସମେତ ୯ ଜଣ ମହିଳା ଅଛନ୍ତି । ଫ୍ୟାମିଲି ଫଙ୍କସନ୍‌ରୁ ଫେରୁଥିବାବେଳେ ଦୁର୍ଘଟଣା ହୋଇଛି । ଦୁର୍ଘଟଣାରେ ଅନେକ ଆହତ ହୋଇଛନ୍ତି । ସମସ୍ତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ପ୍ରାୟ ୧୧ ଜଣ ଆହତ ହୋଇଥିବା ଖବର ମିଳିଛି । ମିଳିଥିବା ସୂଚନା ଅନୁସାରେ, ରାୟପୁର- ବଲୋଦାବାଜାର ରୋଡ଼ ସାରାଗାଁ ନିକଟରେ ଦୁର୍ଘଟଣା ହୋଇଛି ।

ଏକ ଯାତ୍ରୀବାହୀ ମିନି ଟ୍ରକ ଓ ଟ୍ରେଲର ଧକ୍କା ହୋଇଥିଲା । ଏଥିରେ ୧୩ ଜଣଙ୍କର ଘଟଣାସ୍ଥଳରେ ହିଁ ମୃତ୍ୟୁ ହୋଇଛି ।  ସେଥିରେ ୪ ଜଣ ଶିଶୁ ସମେତ ୯ ଜଣ ମହିଳା ଅଛନ୍ତି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ଲୋକଙ୍କୁ ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଇଛି । ଏହା ସହିତ ଆହତଙ୍କୁ ଉଦ୍ଧାର କରି ମେଡ଼ିକାଲରେ ଭର୍ତ୍ତି କରାଯାଇଛି ।ଦୁର୍ଘଟଣାର ଖବର ପାଇଁ ତୁରନ୍ତ ଜିଲ୍ଲା ପ୍ରଶାସନ ଘଟଣାସ୍ଥଳରେ ପହଞ୍ଚିଥିଲେ । ଆହତଙ୍କୁ ଭୀମରାଓ ଆମ୍ବେଦକର ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ପୋଲିସ ମାମଲା ରୁଜ୍ଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଥିବା ନେଇ ରାୟପୁର ଜିଲ୍ଲାପାଳ ଗୌରବ ସିଂହ ସୂଚନା ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବାବୁଙ୍କ ଘରୁ ମିଳିଲାଣି ଅଧାକିଲୋ ସୁନା 🔴 ପୁଣି ରାଜନୀତିକୁ ନେଇ ମନ୍ତବ୍ୟ ଦେଲେ ପାଣ୍ଡିଆନ 🔴 ଆଜି ଆସୁଛନ୍ତି ରାଷ୍ଟ୍ରପତି 🔴 ସମ୍ବଲପୁରରେ ଶୀତଳଷଷ୍ଠୀର ଧୁମ୍ 🔴 ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 🔴 ଅନୁଗୁଳରେ ଡବଲ ଏନକାଉଣ୍ଟର 🔴 ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳ ଛେଚିବ 🔴 ୪୦୨ରନ୍ ଭାରତକୁ ବିଜୟ ଦେଇପାରେ 🔴 ପାଠ୍ୟପୁସ୍ତକ ପ୍ରସ୍ତୁତି କର୍ତ୍ତା ଓଡ଼ିଶା ଓ ଓଡ଼ିଆ ବୁଝନ୍ତି ତ? 🔴 ପାଠ୍ୟପୁସ୍ତକ ତ୍ରୁଟି ଉପରେ ମୁଖ୍ୟମନ୍ତ୍ରୀଙ୍କ କଡା ଆଭିମୁଖ୍ୟ , ତଦନ୍ତ ପାଇଁ ଗଠନ ହେଲା ଉଚ୍ଚସ୍ତରୀୟ କମିଟି 🔴 ବାବୁଙ୍କ ଘରୁ ମିଳିଲାଣି ଅଧାକିଲୋ ସୁନା 🔴 ପୁଣି ରାଜନୀତିକୁ ନେଇ ମନ୍ତବ୍ୟ ଦେଲେ ପାଣ୍ଡିଆନ 🔴 ଆଜି ଆସୁଛନ୍ତି ରାଷ୍ଟ୍ରପତି 🔴 ସମ୍ବଲପୁରରେ ଶୀତଳଷଷ୍ଠୀର ଧୁମ୍ 🔴 ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 🔴 ଅନୁଗୁଳରେ ଡବଲ ଏନକାଉଣ୍ଟର 🔴 ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳ ଛେଚିବ 🔴 ୪୦୨ରନ୍ ଭାରତକୁ ବିଜୟ ଦେଇପାରେ 🔴 ପାଠ୍ୟପୁସ୍ତକ ପ୍ରସ୍ତୁତି କର୍ତ୍ତା ଓଡ଼ିଶା ଓ ଓଡ଼ିଆ ବୁଝନ୍ତି ତ? 🔴 ପାଠ୍ୟପୁସ୍ତକ ତ୍ରୁଟି ଉପରେ ମୁଖ୍ୟମନ୍ତ୍ରୀଙ୍କ କଡା ଆଭିମୁଖ୍ୟ , ତଦନ୍ତ ପାଇଁ ଗଠନ ହେଲା ଉଚ୍ଚସ୍ତରୀୟ କମିଟି