ଭୟଙ୍କର ସଡ଼କ ଦୁର୍ଘଟଣା, ୧୩ ଜଣଙ୍କର ମୃତ୍ୟୁ

ଛତିଶଗଡ (ବଡ଼ ଖବର ବ୍ୟୁରୋ): ଛତିଶଗଡ ରାୟପୁରରେ ଭୟଙ୍କର ସଡ଼କ ଦୁର୍ଘଟଣା ହୋଇଛି । ମିନି ଟ୍ରକ୍ ଓ ଟ୍ରେଲର ଧକ୍କା ହୋଇ ୧୩ ଜଣଙ୍କର ମୃତ୍ୟୁ ।  ୪ଜଣ ଶିଶୁ ସମେତ ୯ ଜଣ ମହିଳା ଅଛନ୍ତି । ଫ୍ୟାମିଲି ଫଙ୍କସନ୍‌ରୁ ଫେରୁଥିବାବେଳେ ଦୁର୍ଘଟଣା ହୋଇଛି । ଦୁର୍ଘଟଣାରେ ଅନେକ ଆହତ ହୋଇଛନ୍ତି । ସମସ୍ତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ପ୍ରାୟ ୧୧ ଜଣ ଆହତ ହୋଇଥିବା ଖବର ମିଳିଛି । ମିଳିଥିବା ସୂଚନା ଅନୁସାରେ, ରାୟପୁର- ବଲୋଦାବାଜାର ରୋଡ଼ ସାରାଗାଁ ନିକଟରେ ଦୁର୍ଘଟଣା ହୋଇଛି ।

ଏକ ଯାତ୍ରୀବାହୀ ମିନି ଟ୍ରକ ଓ ଟ୍ରେଲର ଧକ୍କା ହୋଇଥିଲା । ଏଥିରେ ୧୩ ଜଣଙ୍କର ଘଟଣାସ୍ଥଳରେ ହିଁ ମୃତ୍ୟୁ ହୋଇଛି ।  ସେଥିରେ ୪ ଜଣ ଶିଶୁ ସମେତ ୯ ଜଣ ମହିଳା ଅଛନ୍ତି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ଲୋକଙ୍କୁ ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଇଛି । ଏହା ସହିତ ଆହତଙ୍କୁ ଉଦ୍ଧାର କରି ମେଡ଼ିକାଲରେ ଭର୍ତ୍ତି କରାଯାଇଛି ।ଦୁର୍ଘଟଣାର ଖବର ପାଇଁ ତୁରନ୍ତ ଜିଲ୍ଲା ପ୍ରଶାସନ ଘଟଣାସ୍ଥଳରେ ପହଞ୍ଚିଥିଲେ । ଆହତଙ୍କୁ ଭୀମରାଓ ଆମ୍ବେଦକର ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ପୋଲିସ ମାମଲା ରୁଜ୍ଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଥିବା ନେଇ ରାୟପୁର ଜିଲ୍ଲାପାଳ ଗୌରବ ସିଂହ ସୂଚନା ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ