Masthead

ବିଲରୁ ବୃଦ୍ଧଙ୍କ ମୃତଦେହ ଉଦ୍ଧାର

ମାଥିଲି (ବଡ଼ ଖବର ବ୍ୟୁରୋ): ବିଲରୁ ବୃଦ୍ଧଙ୍କ ମୃତଦେହ ଉଦ୍ଧାର । ମାଲକାନଗିରି ଜିଲ୍ଲା ମାଥିଲି ଥାନା କର୍ତ୍ତନପାଲ୍ଲୀ ଫାଣ୍ଡି ଏଭଳି ଘଟଣ ଘଟିଛି । ଗତକାଲି ସକାଳୁ ସନା ମଦ ପିଇବାକୁ ନିକଟସ୍ଥ ବାରା ଗ୍ରାମକୁ ଯାଇଥିଲା । ଘରକୁ ଫେରିବା ବିଳମ୍ବ ହେବାରୁ ପରିବାର ଲୋକେ ବହୁ ଖୋଜାଖୋଜି କରି ପାଇ ନଥିଲେ। ସନ୍ଧ୍ୟାରେ ପରିବାର ଲୋକେ ବହୁ ଖୋଜାଖୋଜି କରିବା ପରେ ସନାର ମୃତ ଦେହ ଏକ ଜମିରେ ପଡିଥିବା ଦେଖିବାକୁ ପାଇଥିଲେ। ପରିବାର ଲୋକେ ଓ ଗ୍ରାମବାସୀ ଖବର ପାଇବା ପରେ ଘଟଣା ସ୍ଥଳରେ ପହଞ୍ଚିଥିଲେ।

ସନାର ଗୋଡ଼ରେ ଗଭୀତ କ୍ଷତ ଚିହ୍ନ ଦେଖିବା ପରେ ସନାର ସ୍ୱାଭାବିକ ମୃତ୍ୟୁ ହୋଇଛି ନା ତାକୁ କେହି ହତ୍ୟା କରିଛି ତାହା ଏବେ ସନ୍ଦେହ ଘେରରେ । ଗତକାଲି ବିଳମ୍ବିତ ରାତିରେ ସନାର ପୁଅ ସାନିଆ ମାଥିଲି ଥାନାରେ ଏକ ଯେ ମୋ ବାପାଙ୍କୁ କେହି ହତ୍ୟା କରି ଥିବା ଲିଖିତ ଅଭିଯୋଗ କରିଛନ୍ତି । ମାଥିଲି ଥାନା ଅଧିକାରିଣୀ ଦୀପାଞ୍ଜଳି ପ୍ରଧାନ ଲିଖିତ ଅଭିଯୋଗ ପାଇବା ପରେ ଏକ ମାମଲା ରୁଜୁ କରି ଅଧିକ ତଦନ୍ତ କରିବା ସହିତ ନବରଙ୍ଗପୁର ଠାରୁ ସାଇଣ୍ଟିଫିକ ଟିମ ଆସିବା ପରେ ତଦନ୍ତ ଆରମ୍ଭ ହେବ ବୋଲି ଆମକୁ ସୂଚନା ଦେଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି