Masthead

ସିଜୁଛି ଓଡ଼ିଶା, କଲବଲ ହେଉଛନ୍ତି ଲୋକେ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ତାତିରୁ ନାହିଁ ନିସ୍ତାର । ସିଜୁଛି ଓଡ଼ିଶା । କଲବଲ ହେଉଛନ୍ତି ଲୋକେ । ସକାଳ ବାହାରକୁ ବାହାରିବା ହେଉଛି ମୁସ୍କିଲ । ପାଣିପାଗ ବିଭାଗ ସୂଚନା ଅନୁଯାୟୀ ବୁଧବାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର ଓ ଢେଙ୍କାନାଳରେ ଗରମ ଓ ଗୁଳୁଗୁଳି ହେବ । ୧୫ ଓ ୧୬ ତାରିଖ ଉପକୂଳ ଓଡ଼ିଶା ସମେତ ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ଭୀଷଣ ଗରମ ଓ ଗୁଳୁଗୁଳି ଆଶଙ୍କା ଅଛି ।

୧୫ରୁ ୧୮ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ବର୍ଷା ହୋଇପାରେ । ସୋମବାର ସମ୍ବଲପୁର ରାଜ୍ୟର ଉତ୍ତପ୍ତ ସହର ପାଲଟିଥିଲା । ଏଠାରେ ତାତି ୪୨.୯ ଡିଗ୍ରୀ ସେଲସିୟସ୍‌ ରହିଥିଲା । ହୀରାକୁଦରେ ୪୨.୪, ଝାରସୁଗୁଡ଼ା ଓ ବଲାଙ୍ଗୀରରେ ୪୨.୨, ବୌଦ୍ଧ ଓ ଟିଟିଲାଗଡ଼ରେ ୪୨, ଅନୁଗୁଳରେ ୪୧.୯, ଭବାନୀପାଟଣାରେ ୪୧.୬, ସୁନ୍ଦରଗଡ଼ ଓ ସୋନପୁରରେ ୪୧.୫, ପାରଳାଖେମୁଣ୍ଡି ଓ ବରଗଡ଼ରେ ୪୧.୨, ନୂଆପଡ଼ା ୪୧, ରାଉରକେଲା ଓ ସୋନପୁରରେ ୪୦.୬, ଭୁବନେଶ୍ୱରରେ ୪୦.୪, ଢେଙ୍କାନାଳରେ ୪୦.୩ ଓ କଟକରେ ୪୦ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ