Masthead

ସିଜୁଛି ଓଡ଼ିଶା, କଲବଲ ହେଉଛନ୍ତି ଲୋକେ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ତାତିରୁ ନାହିଁ ନିସ୍ତାର । ସିଜୁଛି ଓଡ଼ିଶା । କଲବଲ ହେଉଛନ୍ତି ଲୋକେ । ସକାଳ ବାହାରକୁ ବାହାରିବା ହେଉଛି ମୁସ୍କିଲ । ପାଣିପାଗ ବିଭାଗ ସୂଚନା ଅନୁଯାୟୀ ବୁଧବାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର ଓ ଢେଙ୍କାନାଳରେ ଗରମ ଓ ଗୁଳୁଗୁଳି ହେବ । ୧୫ ଓ ୧୬ ତାରିଖ ଉପକୂଳ ଓଡ଼ିଶା ସମେତ ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ଭୀଷଣ ଗରମ ଓ ଗୁଳୁଗୁଳି ଆଶଙ୍କା ଅଛି ।

୧୫ରୁ ୧୮ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ବର୍ଷା ହୋଇପାରେ । ସୋମବାର ସମ୍ବଲପୁର ରାଜ୍ୟର ଉତ୍ତପ୍ତ ସହର ପାଲଟିଥିଲା । ଏଠାରେ ତାତି ୪୨.୯ ଡିଗ୍ରୀ ସେଲସିୟସ୍‌ ରହିଥିଲା । ହୀରାକୁଦରେ ୪୨.୪, ଝାରସୁଗୁଡ଼ା ଓ ବଲାଙ୍ଗୀରରେ ୪୨.୨, ବୌଦ୍ଧ ଓ ଟିଟିଲାଗଡ଼ରେ ୪୨, ଅନୁଗୁଳରେ ୪୧.୯, ଭବାନୀପାଟଣାରେ ୪୧.୬, ସୁନ୍ଦରଗଡ଼ ଓ ସୋନପୁରରେ ୪୧.୫, ପାରଳାଖେମୁଣ୍ଡି ଓ ବରଗଡ଼ରେ ୪୧.୨, ନୂଆପଡ଼ା ୪୧, ରାଉରକେଲା ଓ ସୋନପୁରରେ ୪୦.୬, ଭୁବନେଶ୍ୱରରେ ୪୦.୪, ଢେଙ୍କାନାଳରେ ୪୦.୩ ଓ କଟକରେ ୪୦ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି